ରାଷ୍ଟ୍ରୀୟ ନୂଆବର୍ଷରେ ନୂଆ ଯୋଜନାର ଶୁଭାରମ୍ଭ, ଗରିବଙ୍କୁ ମିଳିବ ଘର

ଦାରିଙ୍ଗବାଡ଼ି,୩୦ା୩(ଅରୁଣ ସାହୁ): ରାଜ୍ୟ ସରକାରଙ୍କ ଦ୍ୱାରା ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଭିଡିଓ କନ୍‌ଫରେନି୍ଂସ ମାଧ୍ୟମରେ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ଭିସି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ମୋଟ୍‌ ୧୫୭ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ସହକାରୀ ନିର୍ବାହୀଯନ୍ତ୍ରୀ ସଞ୍ଜୟ ରଥ, କନ୍ଧମାଳ ଏମ୍‌ପିଙ୍କ ଦାରିଙ୍ଗବାଡ଼ି ବ୍ଲକ ପ୍ରତିନିଧି ବିଷ୍ଣୁ ଚରଣ ପ୍ରଧାନ, ଜି. ଉଦୟଗିରି ବିଧାୟକଙ୍କ ଦାରିଙ୍ଗବାଡ଼ି ବ୍ଲକ ପ୍ରତିନିଧି ପିଟର ଦିଗାଲ, ଏପିଓ କେଦାର ଚନ୍ଦ୍ର ପଣ୍ଡା, ଯୋଗାଣ ନିରୀକ୍ଷକ ନିହାର ବେହେରା ପ୍ରମୁଖ ଉପସ୍ଥିତ ରହି ଏହି ଯୋଜନାର ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରିଥିଲେ। ରାଜ୍ୟ ସରକାରଙ୍କ ଏହି ଯୋଜନା ରାଷ୍ଟ୍ରୀୟ ନୂଆବର୍ଷରେ ଶୁଭାରମ୍ଭ ହୋଇଥିବା ବେଳେ ଏହି ଯୋଜନାରେ ଗରିବ ରେଖା ତଳେ ଥିବା ପ୍ରତ୍ୟେକଟି ହିତାଧିକାରୀଙ୍କ ନିକଟରେ ଯୋଜନା ପହଞ୍ଚିବା ନେଇ ଲକ୍ଷ ରଖାଯାଇଛି। ଏହି ଯୋଜନା ଦିବ୍ୟାଙ୍ଗ, ବିଧବା, ରୋଗାକ୍ରାନ୍ତ, ସହିଦ ପରିବାର, ବନ୍ୟାବାତ୍ୟା, ଘର ପୋଡ଼ି ନଷ୍ଟ,ହାତୀ ଉପଦ୍ରବରେ ଗୃହ ନଷ୍ଟ ଆଦିରେ ପୀଡ଼ିତ ହିତାଧିକାରୀଙ୍କୁ ଅଗ୍ରାଧିକାର ଦିଆଯାଇ ଗୃହ ପାଇଁ ଅନୁଦାନ ମଞ୍ଜୁର କରାଯିବ ବୋଲି ବିଡିଓ ପ୍ରୀତିରଞ୍ଜନ ରଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri