Posted inରାଜ୍ୟ

ପୋପ୍‌ ଫ୍ରାନ୍‌ସିସ୍କୋଙ୍କୁ ଭେଟିପାରନ୍ତି ନବୀନ

ଭୁବନେଶ୍ୱର, ୯ା୬(ବ୍ୟୁରୋ): ଦୀର୍ଘ ୧୨ ବର୍ଷ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ମାସ ଶେଷ ସପ୍ତାହରେ ସମ୍ଭବତଃ ୨୨ ତାରିଖରେ ଇଟାଲୀ ଏବଂ ସାଉଦି ଆରବ ଗସ୍ତରେ ଯିିବେ। ଏହି ଗସ୍ତ ସମୟରେ ସେ ଭାଟିକାନ୍‌ ସିଟିରେ ଥିବା କ୍ୟାଥ୍‌ଲିକ ଚର୍ଚ୍ଚର ମୁଖ୍ୟ ପୋପ୍‌ ଫ୍ରାନ୍‌ସିସ୍କୋଙ୍କୁ ଭେଟିବେ ବୋଲି ସୂଚନା ମିଳିଛି। ଏନେଇ ବୈଦେଶିକ ମନ୍ତ୍ରଣାଳୟ ଅନୁମତି ଦେଇଥିବା କୁହାଯାଉଛି। ଯଦି ପୋପ୍‌ଙ୍କୁ ସେ ଭେଟନ୍ତି, ତେବେ ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ସେ ଏହି ସୁଯୋଗ ପାଇବେ। ନବୀନଙ୍କ ବିଦେଶ ଗସ୍ତ ନେଇ ଏଯାଏ ସରକାରୀ ଭାବେ କୌଣସି ସୂଚନା ଦିଆଯାଇନାହିଁ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନବୀନ ଏହି ଗସ୍ତ ସମୟରେ ବିଭିନ୍ନ ଉଦ୍ୟୋଗୀଙ୍କୁ ଭେଟିବେ। ଏଥିସହ ପ୍ରବାସୀ ଓଡ଼ିଆଙ୍କ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ଜୁନ୍‌ ୨୮ରେ ସେ ୟୁଏଇରେ ଶିଳ୍ପପତି ଏବଂ ଅନ୍ୟମାନଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି।

ପୋପ୍‌ଙ୍କ ସହ ନବୀନଙ୍କ ଏହି ପ୍ରସ୍ତାବିତ ଭେଟଘାଟ ଭାବମୂର୍ତ୍ତିକୁ କିଛି ମାତ୍ରାରେ ଉପରକୁ ନେବାର ପ୍ରୟାସ ବୋଲି କୁହାଯାଇପାରେ। ଏଭଳି ଉଚ୍ଚସ୍ତରୀୟ ବୈଠକରେ ସେ ପ୍ରଥମ ଥର ପାଇଁ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିବେ ବୋଲି କୁହାଯାଉଛି। ଉଲ୍ଲେଖଯୋଗ୍ୟ, ନବୀନଙ୍କ ପୂର୍ବରୁ ଗତବର୍ଷ ଅକ୍ଟୋବର ମାସରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୋପ୍‌ଙ୍କୁ ଭେଟିବାର ସୂଚନା ରହିଥିଲା। ମମତା ଇଟାଲୀ ଯିବେ ବୋଲି ସ୍ଥିର ହୋଇଥିଲା। କିନ୍ତୁ କେନ୍ଦ୍ର ସରକାର ଅନୁମତି ଦେଇ ନ ଥିଲେ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ପୋପ୍‌ଙ୍କୁ ସାକ୍ଷାତ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri