ପପୁଲାର ନର୍ସିଂହୋମ୍‌ ସିଲ୍‌

କଟକ,୧୩ା୨(ଶିଳ୍ପା ପ୍ରିୟଦର୍ଶିନୀ):ମଙ୍ଗଳାବାଗ ଥାନା ଅଞ୍ଚଳରେ ବିନା ଫାୟାର ସେଫ୍ଟି ଓ ଲାଇସେନ୍ସରେ ଚାଲିଥିବା ପପୁଲାର ନର୍ସିଂହୋମ୍‌ ଆଣ୍ଡ୍‌ ହସ୍ପିଟାଲ୍‌କୁ ବୁଧବାର ସିଲ୍‌ କରାଯାଇଛି। କଟକ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଡ ଡିଭିଜନାଲ ମେଡିକାଲ ଅଫସିର (ଏଫ୍‌ଡବ୍ଲ୍ୟୁ) ଡା. ଚିନ୍ତାମଣି ମିଶ୍ରଙ୍କ ନେତୃତ୍ୱରେ ଏକ ଟିମ୍‌ ସ୍ଥାନୀୟ ପୋଲିସ ଉପସ୍ଥିତିରେ ଉକ୍ତ ନର୍ସିଂହୋମ୍‌କୁ ସିଲ୍‌ କରିଥିଲା। ଏନେଇ ଡା. ମିଶ୍ର କହିଛନ୍ତି, ୨୦୧୫ରୁ ଉକ୍ତ ନର୍ସିଂହୋମ୍‌ର ଲାଇସେନ୍ସ ଅବଧି ଶେଷ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାହାକୁ ପୁନଃ ପଞ୍ଜୀକରଣ କରାଯାଇ ନାହିଁ। ଏଥିସହ ପିସିପିଏନ୍‌ଟିଟିର ଏକ କ୍ଲିନିକ୍‌ ଚାଲିଥିଲେ ମଧ୍ୟ ତାହାର ଲାଇସେନ୍ସ ନ ଥିଲା। ଏପରି କି ନର୍ସିଂହୋମ୍‌ର ଫାୟାର ସେଫ୍ଟି ବ୍ୟବସ୍ଥା ନାହିଁ। ପୂର୍ବରୁ ନର୍ସିଂହୋମ୍‌ କର୍ତ୍ତୃପକ୍ଷଙ୍କୁ ନୋଟିସ୍‌ ଜାରି କରାଯାଇଥିବା ସତ୍ତ୍ୱେ ସେ ନିୟମ ମାନି ନ ଥିଲେ। ଏନେଇ ଜିଲାପାଳଙ୍କୁ ଅବଗତ କରାଯାଇଥିଲା। ଫଳରେ ଜିଲାପାଳ ଉକ୍ତ ନର୍ସିଂହୋମ୍‌ ସିଲ୍‌ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଅପରପକ୍ଷରେ ଉକ୍ତ ନର୍ସିଂହୋମ୍‌ ଆଣ୍ଡ୍‌ ହସ୍ପିଟାଲର ଡା. ବାଦଲ ମହାନ୍ତି କହିଛନ୍ତି, ପୁରୁଣା କୋଠା ଥିବାରୁ ଫାୟାର ସେଫ୍ଟି ନ ମିଳିବାରୁ ଲାଇସେନ୍ସ ହୋଇପାରୁ ନ ଥିଲା। ଏହା ପୂର୍ବରୁ ସମସ୍ତ ଲାଇସେନ୍ସ ଓ କାଗପତ୍ର ଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri