‘ଡିଜେ ଆଜେକ୍ସ’ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଲୋକପ୍ରିୟ ଓଡ଼ିଆ ଡିଜେ ‘ଡିଜେ ଆଜେକ୍ସ’ ଓରଫ ଅକ୍ଷୟ କୁମାରଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ଭୁବନେଶ୍ୱରର ଖାରବେଳନଗରସ୍ଥିତ ନିଜ ଘରୁ ତାଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ତେବେ ତାଙ୍କ ମୃତ୍ୟୁର କାରଣ ଜଣାପଡ଼ିନାହିଁ।

ପରିବାରଲୋକଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ଶନିବାର ସା ପ୍ରାୟ ସାଢ଼େ ୬ଟାରେ ସେ ଘରକୁ ଫେରିଥିଲେ। ଭଲ ଲାଗୁ ନ ଥିବା କହି ପ୍ରାୟ ୬ଟା ୫୦ରେ ସେ ତାଙ୍କ ରୁମ୍‌କୁ ଚାଲି ଯାଇଥିଲେ। ଏପରିକି ସେ ଶୋଇବାକୁ ଯାଉଥିବା କହି କେହି ତାଙ୍କୁ ନ ଉଠାଇବାକୁ ତାଗିଦ କରିିଥିଲେ। ପରେ ରାଜଧାନୀରେ ବର୍ଷାପବନ ଯୋଗୁ ବିଦ୍ୟୁତ ବିଚ୍ଛିନ୍ନ ହୋଇଥିଲା। ଏହା ଆସିବା ପରେ ରାତି ୧୦ଟା ବେଳକୁ ପରିବାରଲୋକେ ତାଙ୍କୁ ଡାକିଥିଲେ। କିନ୍ତୁ ଅକ୍ଷୟ କୌଣସି ଜବାବ ଦେଇ ନ ଥିଲେ। ତାଙ୍କ କବାଟ ବାଡେଇବା ସତ୍ତ୍ୱେ ସେ କୌଣସି ଉତ୍ତର ଦେଇ ନ ଥିଲେ। ଏହା ପରେ ପରିବାରଲୋକେ କବାଟ ଭାଙ୍ଗି ଭିତରେ ପଶିଥିଲେ। ସେ ଏକ ବେଡ୍‌ସିଟ୍‌ରେ ଝୁଲି ପଡ଼ିଥିବା ସେମାନେ ଦେଖିବାକୁ ପାଇଥିଲେ। ସେମାନେ ତୁରନ୍ତ ତାଙ୍କୁ ଏକ ଘରୋଇ ହସ୍ପିଟାଲ୍‌କୁ ନେଇ ଯାଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହା ପରେ ପରିବାର ଲୋକେ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲ ନେଇଯାଇଥିଲେ। ଏହି ଘଟଣାରେ ରବିବାର ଡିଜେ ଆଜେକ୍ସଙ୍କ ପରିବାର ଲୋକଙ୍କ ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି। ତାଙ୍କ ମୃତ୍ୟୁ ପଛରେ ପ୍ରେମିକା ଓ ପ୍ରେମିକାଙ୍କ ବନ୍ଧୁଙ୍କ ହାତ ରହିଛି ବୋଲି ସେମାନେ ଅଭିଯୋଗ କରିଛନ୍ତି। ତେବେ ପୋଲିସ ତଦନ୍ତ ପରେ ତାଙ୍କ ମୃତ୍ୟୁ ପଛର ରହସ୍ୟ ଉନ୍ମୋଚିତ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri