ପପ ଷ୍ଟାର ତଥା ଅଭିନେତ୍ରୀ ଓଲିଭିଆ ନିଉଟନ ଜନଙ୍କ ପରଲୋକ

ୱାଶିଂଟନ,୯ ।୮: ଚାରି ଥର ଗ୍ରାମି ଆୱାର୍ଡ ବିଜେତା ଗାୟିକା ତଥା ଅଭିନେତ୍ରୀ ଓଲିଭିଆ ନ୍ୟୁଟନ ଜନଙ୍କର ୭୩ ବର୍ଷ ବୟସରେ ପରଲୋକ ହୋଇଛି । ତାଙ୍କ ସ୍ୱାମୀ ଜନ ଇଷ୍ଟରଲିଙ୍ଗ ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏହି ସୂଚନା ଦେଇଛନ୍ତି ।
ଇଷ୍ଟରଲିଙ୍ଗ କହିଛନ୍ତି, ପ୍ରାୟ ୩୦ ବର୍ଷରୁ ଅଧିକ ସମୟ ହେବ ଓଲିଭିଆ କ୍ୟାନସରରେ ପୀଡିତ ଥିଲେ । ତେବେ ସ୍ୱାମୀ, ଝିଅ, ଭଉଣୀ, ଭାଇ ସମେତ ଏକ ବଡ ପରିବାରକୁ ଛାଡି ସେ ସବୁଦିନ ପାଇଁ ଚାଲିଯାଇଛନ୍ତି ବୋଲି ଇଷ୍ଟରଲିଙ୍ଗ କହିଛନ୍ତି ।
ୟୁଏସ ଟୁଡେର ରିପୋର୍ଟ ଅନୁଯାୟୀ, ୨୬ ସେପ୍ଟେମ୍ବର ୧୯୪୮ରେ ଓଲିଭିଆ ଇଂଲଣ୍ଡର କେମ୍ବ୍ରିଜରେ ଜନ୍ମଲାଭ କରିଥିଲେ । ମାତ୍ର ୫ ବର୍ଷ ବୟସରେ ସେ ତାଙ୍କ ପରିବାର ସହ ଅଷ୍ଟ୍ରେଲିଆ ଚାଲିଯାଇଥିଲେ । ସେଠାରେ ସେ ଗୀତ ଶିକ୍ଷା କରିବା ସହ ମାତ୍ର ୧୬ ବର୍ଷ ବୟସରେ ଏକ ଟ୍ୟାଲେଣ୍ଟ ଶୋ’ ବିଜେତା ହୋଇଥିଲେ । ଏହାପରେ ସେ ପୁଣି ଇଂଲଣ୍ଡ ଚାଲି ଆସିଥିଲେ । ଏହାପରେ ସେ ଗୀତକୁ ପେଶା ଓ ନିଶାରେ ପରିଣତ କରି ପାଠପଢା ଛାଡି ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri