ମାଆ ହେବାକୁ ଯାଉଛନ୍ତି ଲୋକପ୍ରିୟ ପଞ୍ଜାବି ସିଙ୍ଗର ସିଦ୍ଧୁ ମୁସଓ୍ବୋଲାଙ୍କ ମାଆ

ଚଣ୍ଡିଗଡ଼,୨୭।୨: ଖୁବଶୀଘ୍ର ଲୋକପ୍ରିୟ ପଞ୍ଜାବୀ ଗାୟକ ସିଦ୍ଧୁ ମୋସେୱାଲାଙ୍କ ଘରକୁ ଖୁସି ଆସିବାକୁ ଯାଉଛି। ମାର୍ଚ୍ଚରେ ସିଦ୍ଧୁ ମୁସେୱାଲାଙ୍କ ମା’ ଚରଣକୌର ସିଂ ଏକ ସନ୍ତାନ ପ୍ରସବ କରିବାକୁ ଯାଉଛନ୍ତି। ହଁ, ସିଦ୍ଧୁ ମୁସେୱାଲାଙ୍କ ମା’ ଏକ ସ୍ବତନ୍ତ୍ର କୌଶଳ ମାଧ୍ୟମରେ ଏକ ସନ୍ତାନ ପ୍ରସବ କରିବାକୁ ଯାଉଛନ୍ତି । ସିଦ୍ଧୁ ମୁସେୱାଲାଙ୍କ ମାମୁଁ ଚାମକୌର ସିଂ ନିଜେ ଏହା ନିଶ୍ଚିତ କରିଛନ୍ତି। ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ପରେ ଏହା ପ୍ରଥମ ଥର ହେବ, ଯେତେବେଳେ ତାଙ୍କ ଘରେ ଖୁସିର ଗୁଞ୍ଜନ ଶୁଣାଯିବ।

ସୂଚନାଯୋଗ୍ୟ, ୨୦୨୨ରେ ସିଦ୍ଧୁ ମୁସେୱାଲାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ତାଙ୍କ ମାତାପିତାଙ୍କର ସେ ଏକମାତ୍ର ପୁତ୍ର ଥିଲେ। ସେଥିପାଇଁ ସିଦ୍ଧୁ ପରିବାରର ପ୍ରଶଂସକମାନେ ଉତ୍ତରାଧିକାରୀ ପାଇଁ ନିରନ୍ତର ପ୍ରାର୍ଥନା କରୁଥିଲେ। ଏହି କାରଣରୁ ସିଦ୍ଧୁ ବର୍ତ୍ତମାନ ଆଇଭିଏଫ ଟେକ୍ନୋଲୋଜି ସାହାଯ୍ୟରେ ଗର୍ଭଧାରଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଖବର ହେଉଛି ସିଦ୍ଧୁଙ୍କ ମା’ ମାର୍ଚ୍ଚ ମାସରେ ଏକ ସନ୍ତାନ ପ୍ରସବ କରିବାକୁ ଯାଉଛନ୍ତି। କୁହାଯାଉଛି ଯେ ଏପର୍ଯ୍ୟନ୍ତ ଏହି ଖବରକୁ ନେଇ ଫଜିଟିଭ ରେସପନ୍ସ ରହିଛି। ଏହି ସୂଚନା ସାମ୍ନାକୁ ଆସିବା ମାତ୍ରେ ମୁସେୱାଲାଙ୍କ ପ୍ରଶଂସକଙ୍କ ମଧ୍ୟରେ ଖୁସିର ଲହରୀ ଖେଳଯାଇଛି।
ଅଙ୍କଲ ଚାମକୌର ସିଂ ଏହା ନିଶ୍ଚିତ କରିଛନ୍ତି, କିନ୍ତୁ ସିଦ୍ଧୁ ମୁସେୱାଲାଙ୍କ ପିତା ବାଲକୌର ସିଂ ସୁରକ୍ଷା କାରଣରୁ କିଛି କହିବାକୁ ମନା କରି ଦେଇଛନ୍ତି। ସୂଚନାଯୋଗ୍ୟ, ୨୯ ମେ ୨୦୨୨ରେ ପଞ୍ଜାବର ମାନସା ଜିଲାରେ ପ୍ରସିଦ୍ଧ ପଞ୍ଜାବୀ ଗାୟକ ଶୁଭଦୀପ ସିଂ ସିଦ୍ଧୁ ଓରଫ ସିଦ୍ଧୁ ମୁସେୱାଲାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ପୋଲିସର ସୂଚନାନୁସାରେ, ସିଦ୍ଧୁ ମୁସେୱାଲାଙ୍କ ହତ୍ୟାରେ ମହିନ୍ଦ୍ରା ବୋଲେରୋ ଏବଂ ଟୟୋଟା କରୋଲା ନାମକ ଦୁଇଟି ମଡ୍ୟୁଲ ବ୍ୟବହାର କରାଯାଇଥିଲା। ଏହି ହତ୍ୟାକାଣ୍ଡ ପାଇଁ ଗୋଲ୍ଡି ବ୍ରାର ଏବଂ ଲରେନ୍ସ ବିଶ୍ନୋଇ ନିଜକୁ ଦାୟୀ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ରାମାୟଣ ସେଟ୍‌ରୁ ରଣବୀର କପୁର-ସାଇ ପଲ୍ଲବୀଙ୍କ ଲୁକ୍‌ ଭାଇରାଲ୍‌, ରାମ-ସୀତା ଅବତାରରେ ଆସିଲେ ନଜର

ଭୁବନେଶ୍ୱର,୨୭।୪: ନିର୍ଦ୍ଦେଶକ ନୀତେଶ ତିୱାରୀଙ୍କ ଫିଲ୍ମ ‘ରାମାୟଣ’କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri