ପରଲୋକରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ଓଲିଉଡରେ ଶୋକର ଛାୟା

ଭୁବନେଶ୍ୱର,୧୭।୧୧: ଓଡ଼ିଶାର ସୁନାମଧନ୍ୟ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍ସ (AIIMS) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି।

କିଛିଦିନ ହେବ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା ଏବଂ ସେ ଭେଣ୍ଟିଲେଟର୍‌ ସହାୟତାରେ ଥିଲେ। ସେ ଲିଭର୍‌ ଏବଂ କିଡନୀ ଜନିତ ଗୁରୁତର ରୋଗ ସହ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ, ଓ କୋଆଗୁଲୋପାଥିରେ ପୀଡ଼ିତ ଥିଲେ।

ଗତ କିଛି ସପ୍ତାହ ହେଲା ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଏବଂ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ଅଧିକ ଚିକିତ୍ସା ପାଇଁ ତାଙ୍କୁ ରାଜ୍ୟ ବାହାରକୁ ନେବାକୁ ଯୋଜନା ଥିଲା ଏବଂ ଏଥିପାଇଁ ତାଙ୍କ ମାଆ ଓ ସ୍ତ୍ରୀ ରାଜ୍ୟ ସରକାରଙ୍କୁ ସହାୟତା କରିବା ପାଇଁ ନିବେଦନ କରିଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ଡାକ୍ତରଙ୍କ ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଆଲୋଚନା କରିଥିଲେ।

ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମରେ ଅନେକ ରୋମାଣ୍ଟିକ ଗୀତ ଗାଇ ସେ ଘରେ ଘରେ ପରିଚିତ ଥିଲେ। ତାଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ସାତକୋଶିଆର କାୟାକଳ୍ପ: ୧୦୦ କୋଟି ବ୍ୟୟରେ ସଜେଇ ହେବ ଅଭୟାରଣ୍ୟ

ଭୁବନେଶ୍ୱର,୪ା୨: ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍‌। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦…

ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି।…

ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ…

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର…

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ଆଉ କିଛି ସମୟ ପରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ!

ନୂଆଦିଲ୍ଲୀ,୪ା୨: ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ । ଗତବର୍ଷ ଫେବୃଆରୀ ୧୩ରୁ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା । ରାଷ୍ଟ୍ରପତି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି ହ୍ବାଟ୍ସଆପ୍‌ରେ ମିଳିବ ରାଜସ୍ବ ସେବା

ଭୁବନେଶ୍ୱର,୪ା୨: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ହ୍ବାଟ୍ସଆପ୍‌ରେ ରାଜସ୍ବ ସେବା ମିଳିବ। ରାଜସ୍ବ ବିଭାଗ ପକ୍ଷରୁ ୨୪…

ହେଲୋ…ମୋର ବିଶ୍ୱାସଘାତକ ବନ୍ଧୁ: ସଂସଦ ପରିସରରେ ରାହୁଲ-ରବନୀତ ଝଗଡା

ନୂଆଦିଲ୍ଲୀ,୪।୩: ସଂସଦ ପରିସରରେ ଭାରତୀୟ ଜାତୀୟ କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କେନ୍ଦ୍ରମନ୍ତ୍ରୀ ରବନୀତ ସିଂହ ବିଟ୍ଟୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri