ପରଲୋକରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ଓଲିଉଡରେ ଶୋକର ଛାୟା

ଭୁବନେଶ୍ୱର,୧୭।୧୧: ଓଡ଼ିଶାର ସୁନାମଧନ୍ୟ ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ହୋଇଯାଇଛି। ଭୁବନେଶ୍ୱର ଏମ୍ସ (AIIMS) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି।

କିଛିଦିନ ହେବ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା ଏବଂ ସେ ଭେଣ୍ଟିଲେଟର୍‌ ସହାୟତାରେ ଥିଲେ। ସେ ଲିଭର୍‌ ଏବଂ କିଡନୀ ଜନିତ ଗୁରୁତର ରୋଗ ସହ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ, ଓ କୋଆଗୁଲୋପାଥିରେ ପୀଡ଼ିତ ଥିଲେ।

ଗତ କିଛି ସପ୍ତାହ ହେଲା ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଏବଂ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ଅଧିକ ଚିକିତ୍ସା ପାଇଁ ତାଙ୍କୁ ରାଜ୍ୟ ବାହାରକୁ ନେବାକୁ ଯୋଜନା ଥିଲା ଏବଂ ଏଥିପାଇଁ ତାଙ୍କ ମାଆ ଓ ସ୍ତ୍ରୀ ରାଜ୍ୟ ସରକାରଙ୍କୁ ସହାୟତା କରିବା ପାଇଁ ନିବେଦନ କରିଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ଡାକ୍ତରଙ୍କ ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଆଲୋଚନା କରିଥିଲେ।

ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମରେ ଅନେକ ରୋମାଣ୍ଟିକ ଗୀତ ଗାଇ ସେ ଘରେ ଘରେ ପରିଚିତ ଥିଲେ। ତାଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri