ଜନସଂଖ୍ୟା ବିସ୍ଫୋରଣ ଏକ ସମସ୍ୟା ଓ ଆହ୍ବାନ ଶୀର୍ଷକ ଆଲୋଚନାଚକ୍ର

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜ ଅର୍ଥନୀତି ବିଭାଗ ପକ୍ଷରୁ ମଙ୍ଗଳବାର ଭାରତର ଜନସଂଖ୍ୟା ବିସ୍ଫୋରଣ ଏକ ସମସ୍ୟା ଓ ଆହ୍ବାନ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଅର୍ଥନୀତି ପ୍ରାଧ୍ୟାପକ ଡ. କୃଷ୍ଣଚନ୍ଦ୍ର ପ୍ରଧାନ ଏବଂ ମୁଖ୍ୟବକ୍ତାରୂପେ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅର୍ଥନୀତି ଅଧ୍ୟାପକ ଜେନାମଣି ସାହୁ ମଞ୍ଚାସିନ ଥିଲେ। ଅର୍ଥନୀତି ବିଭାଗର ଛାତ୍ରୀ ଗୁଡୁଲି ଗୌଡ, ସୋନାଲି ସେଠୀ, ଶ୍ରୀଲତା ଗୌଡ ଏବଂ ଛାତ୍ର ସ୍ବସ୍ତିକ ସାହୁ ପ୍ରମୁଖ ବିଷୟବସ୍ତୁ ସମ୍ପର୍କିତ ସ୍ବରଚିତ ସନ୍ଧର୍ଭ ପାଠ କରିଥିଲେ । ଭାରତରେ ଶିକ୍ଷାର ବିକାଶ ସହିତ ଦକ୍ଷତା ଓ କୌଶଳର ବିକାଶ ହେବାଦ୍ବାରା ଭାରତୀୟ ଅର୍ଥନୀତିକୁ ସୁଦୃଢ କରାଯାଇପାରିବ। ଜନସଂଖ୍ୟା ବିସ୍ଫୋରଣ ଜନିତ ଆର୍ଥିକ ସମସ୍ୟାକୁ କିଛି ମାତ୍ରାରେ ଦୂର କରାଯାଇପାରିବ ବୋଲି ଆଲୋଚନାଚକ୍ରରେ ମତପ୍ରକାଶ ପାଇଥିଲା। ଅଧ୍ୟାପକ ଦେବଦତ୍ତ ପଣ୍ଡା, ଅଧ୍ୟାପିକା ରଶ୍ମିତା କୁମାରୀ ମେକାପଙ୍କ ସମେତ ସମସ୍ତ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ। ଶେଷରେ ଅଧ୍ୟାପକ ଟୁନା ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri