Posted inଜାତୀୟ

ବିହାରର ୨ ଜିଲାରେ ଜନସଂଖ୍ୟା ବୃଦ୍ଧି ପୃଥିବୀରେ ସର୍ବାଧିକ, ଭାଜପା ନେତାଙ୍କ ମନ୍ତବ୍ୟ ନେଇ ରାଜନୈତିକ ବିବାଦ…

ପାଟନା,୧୦।୯ : ବିହାରର ଦୁଇଟି ଜିଲାରେ ଜନସଂଖ୍ୟା ବୃଦ୍ଧି ହାରକୁ ନେଇ ବିଭ୍ରାନ୍ତିକର ତଥ୍ୟ ପ୍ରଦାନ କରିଥିବାରୁ ଭାଜପା ରାଜ୍ୟ ମୁଖ୍ୟ ସଞ୍ଜୟ ଜୟସ୍ବାଲଙ୍କୁ ଉପରେ ଜେଡିୟୁ ଘେରିବା ଆରମ୍ଭ କରିଛି। ଏନେଇ ନେଇ ରାଜନୈତିକ ବିବାଦ ଉପୁଜିଛି। ଜେଡିୟୁ କହିଛି ଜୟସ୍ବାଲ ରାଜ୍ୟବାସୀଙ୍କ ମଧ୍ୟରେ ସାମ୍ପ୍ରଦାୟିକ ଘୃଣା ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ବାସ୍ତବରେ, ଜୟସ୍ବାଲ ବୁଧବାର ଦାବି କରିଥିଲେ କିଶନଗଞ୍ଜ ଏବଂ ଅରରିଆ ଜିଲାରେ ଜନସଂଖ୍ୟା ବୃଦ୍ଧି ହାର ବିଶ୍ୱରେ ସର୍ବାଧିକ। ଏହା ପଛର କାରଣ ବାଂଲାଦେଶୀ ଅନୁପ୍ରବେଶକାରୀ ବୋଲି ସେ ସୂଚନା ପ୍ରଦାନ କରିଥିଲେ।

ଜେଡିୟୁ ନେତା ନୀରଜ କୁମାର ଏବଂ ଅରବିନ୍ଦ ନିଶାଦ ଏହାର ଉତ୍ତର ଦେଇ କହିଛନ୍ତି ଜୟସ୍ବାଲଙ୍କ ସମେତ ସମସ୍ତ ଭାଜପା ନେତା ରାଜନୈତିକ ଫାଇଦା ପାଇଁ ରାଜ୍ୟରେ ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ଘୃଣା ସୃଷ୍ଟି କରୁଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସେପ୍ଟେମ୍ବର ୨୪ରେ ବିହାର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ତେଣୁ ଭାଜପା ନେତାମାନେ ଏଭଳି ଜାଣିଶୁଣି କରୁଛନ୍ତି।

ଜୟସ୍ବାଲ ମିଥ୍ୟା ଏବଂ ବିଭ୍ରାନ୍ତିକର ତଥ୍ୟ ଦେଇଥିବା ଜେଡିୟୁ ନେତା ଦାବି କରିଛନ୍ତି। ଭାରତର ଅନ୍ୟାନ୍ୟ ଜିଲାରେ ଜନସଂଖ୍ୟା ବୃଦ୍ଧି ହାର ଅରରିଆ ଏବଂ କିଶନଗଞ୍ଜ ତୁଳନାରେ ବହୁତ ଅଧିକ। ୨୦୧୧ଜନଗଣନା ଅନୁଯାୟୀ, କିଶନଗଞ୍ଜରେ ୬୭ ପ୍ରତିଶତ ମୁସଲମାନ ଜନସଂଖ୍ୟା ରହିଛି, ଯାହା ବିହାରର ସମସ୍ତ ଜିଲା ମଧ୍ୟରେ ସର୍ବୋଚ୍ଚ। ଏହା ପଛକୁ ଅରରିୟା ରହିଛି। ସେଠାରେ ମୁସଲମାନ ଜନସଂଖ୍ୟା ୪୩ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?