Posted inଫୁରସତ

ଦ୍ରୁତଗତିରେ ବୃଦ୍ଧି ପାଉଛି ଜନସଂଖ୍ୟା

ସାରା ବିଶ୍ୱରେ ଦ୍ରୁତଗତିରେ ଜନସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଜୁଲାଇ ୧୧ରେ ବିଶ୍ୱ ଜନସଂଖ୍ୟା ଦିବସ ପାଳନ କରାଯାଉଛି। ବିଶେଷକରି ଏହି ଦିନ ଆମକୁ ମନେ ପକାଇ ଦେଉଛି ଯେ, ଜନସଂଖ୍ୟା ନିୟନ୍ତ୍ରଣ ଏବଂ ପରିବାର ଯୋଜନା ଉପରେ ଗୁରୁତ୍ୱ ଦିଆଯିବା ଆବଶ୍ୟକ।

୨୦୨୩ର ଆକଳନ ଅନୁଯାୟୀ, ଭାରତର ଜନସଂଖ୍ୟା ପ୍ରାୟ ୧୪୨.୮୬ କୋଟି। ଏହି ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ଭାରତ ହେଉଛି ବିଶ୍ୱର ବୃହତ୍ତମ ଏବଂ ଜନବହୁଳ ଦେଶ। ଜନସଂଖ୍ୟା ଦୃଷ୍ଟିରୁ ଏହା ଚାଇନାକୁ ପଛରେ ପକାଇଛି।
ଚାଇନାର ବର୍ତ୍ତମାନ ଜନସଂଖ୍ୟା ୧୪୨.୫୭ କୋଟି ଏହି କାରଣରୁ ହୋଇଥିବା ଗୁରୁତର ପରିସ୍ଥିତିକୁ ଧ୍ୟାନରେ ରଖି ବିଶ୍ୱ ଜନସଂଖ୍ୟା ଦିବସ ପ୍ରତିବର୍ଷ ପାଳନ କରାଯାଉଛି। ତେବେ ଏହି ଦିନର ଇତିହାସ ଏବଂ ଏହାର ଗୁରୁତ୍ୱ ବିଷୟରେ ଜାଣନ୍ତୁ…

୧୯୮୯ରେ ମିଳିତ ଜାତିସଂଘର ବିକାଶ କାର୍ଯ୍ୟକ୍ରମ (ୟୁଏନ୍‌ଡିପି) ଦ୍ୱାରା ବିଶ୍ୱ ଜନସଂଖ୍ୟା ଦିବସ ଆରମ୍ଭ ହୋଇଥିଲା। ୧୯୮୭ ସୁଦ୍ଧା ବିଶ୍ୱର ଜନସଂଖ୍ୟା ପ୍ରାୟ ୫ ବିଲିୟନରେ ପହଞ୍ଚି ସାରିଥିଲା, ଯାହା ବିଷୟରେ ସମସ୍ତ ଦେଶ ଚିନ୍ତିତ ହେବାକୁ ଲାଗିଲେ। ଏହି ଐତିହାସିକ ଘଟଣା ଦ୍ରୁତଗତିରେ ବୃଦ୍ଧି ପାଉଥିବା ଜନସଂଖ୍ୟା ଏବଂ ଏହାର ଆନୁସଙ୍ଗିକ ପ୍ରସଙ୍ଗ ପ୍ରତି ବିଶ୍ୱ ସମୁଦାୟର ଦୃଷ୍ଟି ଆକର୍ଷଣ କରିଥିଲା। ଏହା ପରେ ମିଳିତ ଜାତିସଂଘ ୧୧ ଜୁଲାଇକୁ ବିଶ୍ୱ ଜନସଂଖ୍ୟା ଦିବସ ଭାବରେ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲା। ସେହିଦିନଠାରୁ ଜୁଲାଇ ୧୧ରେ ବିଶ୍ୱ ଜନସଂଖ୍ୟା ଦିବସ ପାଳନ କରାଯାଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri