Posted inଜାତୀୟ

ଆସନ୍ତା ୫ବର୍ଷ ଯାଏ ରାଜ୍ୟରେ ଲାଗୁ ହେବ ନାହିଁ ଜନସଂଖ୍ୟା ଆଇନ: ମୁଖ୍ୟମନ୍ତ୍ରୀ ଦେଲେ ସଙ୍କେତ

ପାଟନା,୧୦।୮: ବିହାରରେ ଜାତୀୟ ଜନଗଣନାକୁ ନେଇ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବେ ନିଜର ମତ ସ୍ପଷ୍ଟ କରିଛନ୍ତି। ଏହି ପ୍ରସଙ୍ଗରେ ବିରୋଧୀ ମଧ୍ୟ ତାଙ୍କୁ ସମର୍ଥନ କରିଛନ୍ତି। ଇତିମଧ୍ୟରେ ମଙ୍ଗଳବାର ବିହାରରେ ଜନସଂଖ୍ୟା ନିୟନ୍ତ୍ରଣ ଆଇନକୁ ନେଇ ନୀତୀଶ କୁମାର ସଙ୍କେତ ଦେବା ସହ ନିଜର ମତ ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର ଏକ କାର୍ଯ୍ୟକ୍ରମ ସାରିବା ପରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଛନ୍ତି, ଆଇନ ତା’ ସ୍ଥାନରେ। ଏଥିସହ ସେ ସଙ୍କେତ ମାଧ୍ୟମରେ କହିଛନ୍ତି ଯେ, ବର୍ତ୍ତମାନ ବିହାରରେ ୫ବର୍ଷ ଯାଏ ଏହି ନିୟମ ଲାଗୁ ହୋଇପାରିବ ନାହିଁ। କାରଣ ବିହାରରେ ଜନସଂଖ୍ୟାର ଅବସ୍ଥା କ’ଣ ସମସ୍ତେ ଜାଣିଛନ୍ତି। ତେଣୁ ଏହାକୁ ଦୃଷ୍ଟିରେ ରଖି ବିହାରରେ ଜନସଂଖ୍ୟା ନିୟନ୍ତ୍ରଣକୁ ଧ୍ୟାନ ଦେବା ସହ ଆରମ୍ଭରୁ ଏହାକୁ ନେଇ ଏକ ଆକଳନ କରାଯାଇଛି। ସ୍ବାମୀ-ସ୍ତ୍ରୀରେ ଯଦି ସ୍ତ୍ରୀ ଶିକ୍ଷିତ ହୁଅନ୍ତି ତେବେ ପ୍ରଜନନ ହାର ହ୍ରାସ ପାଇବ ବୋଲି ଏକ ଫଳାଫଳରୁ ଜଣାପଡ଼ିଥିଲା। ତେଣୁ ଏହାକୁ ଆଧାର କରି ରାଜ୍ୟ ଆଗେଇ ଚାଲିଛ ବୋଲି ନୀତୀଶ କୁମାର କହିଛନ୍ତି। ପୂର୍ବରୁ ପ୍ରଜନନ ହାର ଚାରିରୁ ଅଧିକ ଥିଲା, ବର୍ତ୍ତମାନ ୩ରେ ପହଞ୍ଚିଛି। ଆସନ୍ତା ୫ରୁ ୭ବର୍ଷ ମଧ୍ୟରେ ଏହା ଦୁଇରେ ପହଞ୍ଚିବ ବୋଲି ନୀତୀଶ କୁମାର କହିଛନ୍ତି। ସୂଚନାଯୋଗ୍ୟ, ଗତ କିଛି ଦିନ ପୂର୍ବରୁ ନୀତୀଶ କୁମାର କହିଥିଲେ ଯେ, ଆଇନ ପ୍ରଣୟନ କରି ଜନସଂଖ୍ୟା ନିୟନ୍ତ୍ରଣ କରାଯାଇପାରିବ ନାହିଁ। ଚାଇନାରେ ଯାହା ଘଟିଲା ତାହା ସମସ୍ତେ ଦେଖିଛନ୍ତି। ତେଣୁ ଏଥିପାଇଁ ସଚେତନତାର ଆବଶ୍ୟକତା ରହିଛି। ଏତଦ୍‌ ବ୍ୟତୀତ ନୀତୀଶ କୁମାର କହିଛନ୍ତି, ଏଠାରେ ଗୋଟିଏ କଥା ସ୍ପଷ୍ଟ କରିିବାକୁ ଚାହୁଁଛି, ଯେଉଁ ରାଜ୍ୟ ଯାହା କରିବାକୁ ଚାହୁଛି ତାହା କରିପାରିବେ। କିନ୍ତୁ ଆଇନ ପ୍ରଣୟନ କରି ଜନସଂଖ୍ୟାକୁ ନିୟନ୍ତ୍ରଣ କରିବା ସମ୍ଭବ ନୁହେଁ। ଯେତେବେଳେ ମହିଳାମାନେ ସଚେତନ ହେବେ, ପ୍ରଜନନ ହାର କମିବ ବୋଲି ବିହାର ମୁଖ୍ୟମନ୍ତ୍ରୀ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri