Posted inଜାତୀୟ

ଆସନ୍ତା ୫ବର୍ଷ ଯାଏ ରାଜ୍ୟରେ ଲାଗୁ ହେବ ନାହିଁ ଜନସଂଖ୍ୟା ଆଇନ: ମୁଖ୍ୟମନ୍ତ୍ରୀ ଦେଲେ ସଙ୍କେତ

ପାଟନା,୧୦।୮: ବିହାରରେ ଜାତୀୟ ଜନଗଣନାକୁ ନେଇ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବେ ନିଜର ମତ ସ୍ପଷ୍ଟ କରିଛନ୍ତି। ଏହି ପ୍ରସଙ୍ଗରେ ବିରୋଧୀ ମଧ୍ୟ ତାଙ୍କୁ ସମର୍ଥନ କରିଛନ୍ତି। ଇତିମଧ୍ୟରେ ମଙ୍ଗଳବାର ବିହାରରେ ଜନସଂଖ୍ୟା ନିୟନ୍ତ୍ରଣ ଆଇନକୁ ନେଇ ନୀତୀଶ କୁମାର ସଙ୍କେତ ଦେବା ସହ ନିଜର ମତ ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର ଏକ କାର୍ଯ୍ୟକ୍ରମ ସାରିବା ପରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଛନ୍ତି, ଆଇନ ତା’ ସ୍ଥାନରେ। ଏଥିସହ ସେ ସଙ୍କେତ ମାଧ୍ୟମରେ କହିଛନ୍ତି ଯେ, ବର୍ତ୍ତମାନ ବିହାରରେ ୫ବର୍ଷ ଯାଏ ଏହି ନିୟମ ଲାଗୁ ହୋଇପାରିବ ନାହିଁ। କାରଣ ବିହାରରେ ଜନସଂଖ୍ୟାର ଅବସ୍ଥା କ’ଣ ସମସ୍ତେ ଜାଣିଛନ୍ତି। ତେଣୁ ଏହାକୁ ଦୃଷ୍ଟିରେ ରଖି ବିହାରରେ ଜନସଂଖ୍ୟା ନିୟନ୍ତ୍ରଣକୁ ଧ୍ୟାନ ଦେବା ସହ ଆରମ୍ଭରୁ ଏହାକୁ ନେଇ ଏକ ଆକଳନ କରାଯାଇଛି। ସ୍ବାମୀ-ସ୍ତ୍ରୀରେ ଯଦି ସ୍ତ୍ରୀ ଶିକ୍ଷିତ ହୁଅନ୍ତି ତେବେ ପ୍ରଜନନ ହାର ହ୍ରାସ ପାଇବ ବୋଲି ଏକ ଫଳାଫଳରୁ ଜଣାପଡ଼ିଥିଲା। ତେଣୁ ଏହାକୁ ଆଧାର କରି ରାଜ୍ୟ ଆଗେଇ ଚାଲିଛ ବୋଲି ନୀତୀଶ କୁମାର କହିଛନ୍ତି। ପୂର୍ବରୁ ପ୍ରଜନନ ହାର ଚାରିରୁ ଅଧିକ ଥିଲା, ବର୍ତ୍ତମାନ ୩ରେ ପହଞ୍ଚିଛି। ଆସନ୍ତା ୫ରୁ ୭ବର୍ଷ ମଧ୍ୟରେ ଏହା ଦୁଇରେ ପହଞ୍ଚିବ ବୋଲି ନୀତୀଶ କୁମାର କହିଛନ୍ତି। ସୂଚନାଯୋଗ୍ୟ, ଗତ କିଛି ଦିନ ପୂର୍ବରୁ ନୀତୀଶ କୁମାର କହିଥିଲେ ଯେ, ଆଇନ ପ୍ରଣୟନ କରି ଜନସଂଖ୍ୟା ନିୟନ୍ତ୍ରଣ କରାଯାଇପାରିବ ନାହିଁ। ଚାଇନାରେ ଯାହା ଘଟିଲା ତାହା ସମସ୍ତେ ଦେଖିଛନ୍ତି। ତେଣୁ ଏଥିପାଇଁ ସଚେତନତାର ଆବଶ୍ୟକତା ରହିଛି। ଏତଦ୍‌ ବ୍ୟତୀତ ନୀତୀଶ କୁମାର କହିଛନ୍ତି, ଏଠାରେ ଗୋଟିଏ କଥା ସ୍ପଷ୍ଟ କରିିବାକୁ ଚାହୁଁଛି, ଯେଉଁ ରାଜ୍ୟ ଯାହା କରିବାକୁ ଚାହୁଛି ତାହା କରିପାରିବେ। କିନ୍ତୁ ଆଇନ ପ୍ରଣୟନ କରି ଜନସଂଖ୍ୟାକୁ ନିୟନ୍ତ୍ରଣ କରିବା ସମ୍ଭବ ନୁହେଁ। ଯେତେବେଳେ ମହିଳାମାନେ ସଚେତନ ହେବେ, ପ୍ରଜନନ ହାର କମିବ ବୋଲି ବିହାର ମୁଖ୍ୟମନ୍ତ୍ରୀ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri