ବିବାହ ପୂର୍ବରୁ ନାବାଳିକାଙ୍କ ଅଶ୍ଳୀଳ ଭିଡିଓ, ସୋସିଆଲ ମିଡିଆରେ ଭାଇରାଲ କରି ଜଣେ ଗିରଫ

ହିଞ୍ଜିଳିକାଟୁ,୨୪ା୬(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳର ଏକ ଗ୍ରାମରେ ବିବାହ ପୂର୍ବରୁ ଜଣେ ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଉତ୍ତୋଳନ କରି ବ୍ଲାକମେଲ କରିବା ଓ ବିବାହ ପରେ ତାହାକୁ ସୋସିଆଲ ମିଡିଆରେ ଛାଡ଼ିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣଙ୍କୁ ଗିରଫ କରିଛି। ଗିରଫ ଜଣକ ହେଲେ ହିଞ୍ଜିଳି ଥାନା ଅନ୍ତର୍ଗତ ଏକ ଗ୍ରାମର ଗଣେଶ ସେଠୀ। ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଥାନାରେ ଏନେଇ ଏକ ମାମଲା ରୁଜୁ ହୋଇଥିବା ଆଇଆଇସି ଅଭିମନ୍ୟୁ ଦାସଙ୍କ ଠାରୁ ପ୍ରକାଶ।
ପ୍ରକାଶ ଯେ, ହିଞ୍ଜିଳି ଥାନା ଅଞ୍ଚଳର ଘଟିଥିବା ଏହି ଘଟଣାର ପୀଡ଼ିତାଙ୍କୁ ଅଭିଯୁକ୍ତ ବିବାହ ପୂର୍ବରୁ ନାବାଳିକା ବୟସରେ ବଳାତ୍କାର କରିବା ସହ ତାଙ୍କ ନଗ୍ନ ଭିଡିଓ ରଖି ବିଭିନ୍ନ ସମୟରେ ବ୍ଲାକମେଲ କରି ଶାରୀରିକ ଶୋଷଣ କରୁଥିଲେ। ଭୟ ଓ ଲଜ୍ଜାରେ ନାବାଳିକା ଜଣକ ଏହି ବିଷୟ ନେଇ ଘରେ କହି ନ ଥିଲେ। ପରେ ଯୁବତୀଙ୍କ ବିବାହ ହୋଇଥିଲା। ବିବାହ ପରେ ମଧ୍ୟ ଅଭିଯୁକ୍ତ ପୂର୍ବ ପରି ବ୍ଲାକମେଲ କରିବାକୁ ଚେଷ୍ଟା କରିଥିଲେ। କିନ୍ତୁ ଏଥିରେ ସେ ରାଜି ହୋଇ ନ ଥିଲେ। ଫଳରେ ଅଭିଯୁକ୍ତ ପୂର୍ବରୁ ଉତ୍ତୋଳନ କରିଥିବା ନାବାଳିକା ସମୟର ନଗ୍ନ ଭିଡିଓ ମହିଳାଙ୍କ ସ୍ବାମୀଙ୍କ ପାଖକୁ ପଠାଇ ପାରିବାରିକ ଅଶାନ୍ତି ସୃଷ୍ଟି କରିଥିଲେ। ଏପରିକି ଉକ୍ତ ଭିଡିଓକୁ ବିଭିନ୍ନ ସୋସିଆଲ ମିଡିଆରେ ଭାଇରାଲ କରିଥିଲେ। ଫଳରେ ମହିଳାଙ୍କୁ ତାଙ୍କ ସ୍ବାମୀ ଘରୁ ବାହାର କରିଦେଇଥିଲେ। ଏଥିନେଇ ପୀଡ଼ିତାଙ୍କ ଅଭିଯୋଗ ପରେ ହିଞ୍ଜିଳି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ,…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri