ଅଶ୍ଳୀଳ ଭିଡିଓ ଭାଇରାଲ, ଶିକ୍ଷକ ନିଲମ୍ବିତ

ପଦ୍ମପୁର,୨୦।୪(ଡି.ଏନ.ଏ.)-ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଓ ସରକାରୀ କାର୍ଯ୍ୟରେ ଅବହେଳା ଅଭିଯୋଗରେ ଭଦ୍ରକ ଜିଲା ସଦର ବ୍ଲକ ଅଞ୍ଚଳର ଏକ ୟୁଜିଏମ୍‌ଇ ସ୍କୁଲର ଏକ୍ସ କ୍ୟାଡ଼ର ଶିକ୍ଷକ ସପନ କୁମାର ମିଶ୍ରଙ୍କୁ ନିଲମ୍ବିତ କରାଯାଇଛି। ବ୍ଲକ ଶିକ୍ଷାଧିକାରୀ ଶମ୍ଭୁନାଥ ପାଣିଗ୍ରାହୀ ଚିଠି ନଂ. ୧୪୦୬ ତା ୧୯।୪।୨୧ ରିଖ ସୋମବାର ତାଙ୍କୁ ନିଲମ୍ବନ କରିଛନ୍ତି।
ପ୍ରକାଶ ଯେ, ଶିକ୍ଷକ ମିଶ୍ର ଜଣେ ଯୁବତୀଙ୍କ ସହ ଯୌନ ସମ୍ପର୍କ ସ୍ଥାପନ ବେଳର ଭିଡିଓ ଗତ କିଛିଦିନ ହେବ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ପୂର୍ବରୁ ମଧ୍ୟ ସେ ଅନ୍ୟ ଏକ ବିଦ୍ୟାଳୟରେ ଶିକ୍ଷକତା କରୁଥିବା ବେଳେ ଜଣେ ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ କରିଥିବାର ଅଭିଯୋଗ କରାଯାଇଥିଲା। ତାଙ୍କ ଘର ସାବରଙ୍ଗ ଥାନା ଅଧୀନ ସାବରଙ୍ଗ ଶାସନରେ ହୋଇଥିବା ବେଳେ ତାଙ୍କର ଏକ ଲେଡିଜ କର୍ଣ୍ଣର ବଜାରରେ ଅଛି। ତାଙ୍କ ଦୋକାନକୁ ଆସୁଥିବା ମହିଳା ଓ ଯୁବତୀ ଗ୍ରାହକମାନଙ୍କୁ ବିଭିନ୍ନ ସମୟରେ ସେ ଅର୍ଥ ପ୍ରଲୋଭନ ଦେଖାଇ ଯୌନ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଆସୁଥିଲା। ବିଭିନ୍ନ ସମୟରେ ଏ ନେଇ ବୈଠକ ବସି ତାଙ୍କୁ ଅର୍ଥ ଦଣ୍ଡରେ ଦଣ୍ଡିତ କରାଯାଇଥିବା ନଜିର ରହିଛି। ଅଶ୍ଳୀଳ ଭିଡିଓ ଭାଇରାଲ ହେବା ନେଇ ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri