ପାରାଦୀପ ବନ୍ଦର ହେବ ବିଶ୍ୱସ୍ତରୀୟ

ନୂଆଦିଲ୍ଲୀ,୩୧।୧୨: ପାରାଦୀପ ବନ୍ଦରରେ ଓ୍ବେଷ୍ଟର୍ନ ଡକ୍‌(ପୋତାଶ୍ରୟ) ପ୍ରକଳ୍ପ ସ୍ଥାପନ କରାଯିବ। ଏହି ପ୍ରକଳ୍ପ ସମେତ ବନ୍ଦର ମଧ୍ୟରେ ଆଭ୍ୟନ୍ତରୀଣ ସୁବିଧାକୁ ବଢ଼ାଇବା ନେଇ ମଧ୍ୟ ଯୋଜନା ଧାର୍ଯ୍ୟ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏ ସଂକ୍ରାନ୍ତ ପ୍ରସ୍ତାବକୁ ବୁଧବାର ମଞ୍ଜୁରୀ ମିଳିଛି। ଉକ୍ତ ପ୍ରକଳ୍ପ ଲାଗି ମୋଟ ୩ ହଜାର ୪ କୋଟି ଟଙ୍କା ବ୍ୟୟ କରାଯିବ। ପ୍ରକଳ୍ପ ସରକାରୀ ବେସରକାରୀ ସହଯୋଗ(ପିପିପି) ଭିତ୍ତିରେ ହେବ ବୋଲି ସୂଚନା ମିଳିଛି।
ପୂର୍ବୋଦୟ ମିଶନରେ ପୂର୍ବ ଭାରତର ବିକାଶକୁ ନଜରରେ ରଖି ଏଭଳି ପଦକ୍ଷେପ ନିଆଯାଇଥିବା କେନ୍ଦ୍ର ସରକାର କହିଛନ୍ତି। ଆତ୍ମନିର୍ଭର ଭାରତ କାର୍ଯ୍ୟକ୍ରମକୁ ଆଗକୁ ବଢ଼ାଇବା ଦିଗରେ ମଧ୍ୟ ଏହା ଯୋଗଦାନ ରଖିବ। ପ୍ରସ୍ତାବିତ ପ୍ରକଳ୍ପର ମୋଟ ୧ ହଜାର ଲୋକ ପ୍ରତ୍ୟକ୍ଷ ନିଯୁକ୍ତି ପାଇବେ ବୋଲି ଆକଳନ କରାଯାଇଛି। ଆସନ୍ତା ୫ ବର୍ଷ ମଧ୍ୟରେ ବନ୍ଦର ମାଧ୍ୟମରେ ବାର୍ଷିକ କାରବାର ୧୭୦ ନିୟୁତ ଟନ୍‌ ଅତିକ୍ରମ କରିବା ନେଇ ଆଶା କରାଯାଉଛି। ନୂଆ ପ୍ରକଳ୍ପ ମାଧ୍ୟମରେ ବନ୍ଦରର ପାରିପାର୍ଶ୍ୱିକ କ୍ଷେତ୍ରର ଆବଶ୍ୟକତାକୁ ଦୃଷ୍ଟିରେ ରଖି ବାର୍ଷିକ ୨୫ ନିୟୁତ ଟନ୍‌ କ୍ଷମତା ସୃଷ୍ଟି କରିବାକୁ ଯୋଜନା ରଖାଯାଇଛି। ଦେଶର ପ୍ରମୁଖ ବନ୍ଦରଗୁଡ଼ିକରେ ବଡ ଜାହାଜ ପରିଚାଳନା ଲାଗି ପର୍ଯ୍ୟାପ୍ତ ଭିତ୍ତିଭୂମିର ଅଭାବ ରହିଛି। କମ୍‌ ସମୟ ମଧ୍ୟରେ ବଡ ଜାହାଜର ଆବଶ୍ୟକତା ରହିଥିବା ବେଳେ ଏହି ବର୍ଗର ଜାହାଜ ପାରାଦୀପ ବନ୍ଦରରେ ଲାଗିବାରେ ସମସ୍ୟା ଉପୁଜୁଛି। ବଡ ଜାହାଜ ପାଇଁ ଭାରତକୁ ବଡ ବନ୍ଦର ଏବଂ ଡକ୍‌ର ଆବଶ୍ୟକତା ରହିଛି। ବର୍ତ୍ତମାନର ପ୍ରସ୍ତାବିତ ଓ୍ବେଷ୍ଟର୍ନ ଡକ୍‌ କାର୍ଯ୍ୟକ୍ଷମ ହେଲେ ପାରାଦୀପ ବନ୍ଦରରେ ବଡ ଜାହାଜ ଲାଗିବାରେ ସୁବିଧା ହେବ।
ଏହି ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ ହେବ ବୋଲି ସୂଚନା ମିଳିଛି। ଫଳରେ ବଡ଼ ଜାହାଜ ଆସିବା ନେଇ ଯେଉଁ ସମସ୍ୟା ଉପୁଜୁଥିଲା ତାହା ଦୂର ହୋଇପାରିବ। ସୂଚନାଯୋଗ୍ୟ, ପାରାଦୀପ ବନ୍ଦରର ବାଣିଜି୍ୟକ କାରବାର ଏବେ ୧୧୨ ନିୟୁତ ମେଟ୍ରିକ ଟନ୍‌ରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀ ମୋଦି ଏବଂ ଜାହାଜ ଚଳାଚଳ ମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କୁ ଧନ୍ୟବାଦ ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ପାରାଦୀପ ବନ୍ଦରର ଆଧୁନିକୀକରଣ ଏବଂ ବିଶ୍ୱସ୍ତରୀୟ ବନ୍ଦର ସ୍ଥାପନ ଯୋଜନା ଲାଗି କେନ୍ଦ୍ର ସରକାର କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ପୂର୍ବୋଦୟ ଭାରତ ବିକାଶ ଦିଗରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ। ସେହିଭଳି ଦେଶର ପ୍ରଥମ ଜେନେରେଶନ ଇଥାନଲ ଉତ୍ପାଦନ ବୃଦ୍ଧି କରାଯିବା ନେଇ ସଂଶୋଧିତ ଯୋଜନାକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇଥିବା ପ୍ରଧାନ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri