Posted inଖେଳ

ଭାରତୀୟ କୁସ୍ତିଯୋଦ୍ଧାଙ୍କ ପାଇଁ ଖୁସି ଖବର! WFI ଉପରେ ଲାଗିଥିବା ପ୍ରତିବନ୍ଧକ ହଟିଲା

ନୂଆଦିଲ୍ଲୀ,୧୧।୩: ଭାରତୀୟ କ୍ରୀଡା ମନ୍ତ୍ରଣାଳୟ ମଙ୍ଗଳବାର ଭାରତୀୟ କୁସ୍ତି ମହାସଂଘ (WFI) ଉପରେ ଲଗାଯାଇଥିବା ନିଲମ୍ବନକୁ ପ୍ରତ୍ୟାହାର କରିନେଇଛି। ଏହି ନିଷ୍ପତ୍ତି ଘରୋଇ କୁସ୍ତି ପ୍ରତିଯୋଗିତା ଆୟୋଜନ ଏବଂ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ପାଇଁ ଜାତୀୟ ଦଳ ଚୟନ ପାଇଁ ପଥ ପରିଷ୍କାର କରିଛି। ମନ୍ତ୍ରଣାଳୟ ୨୪ ଡିସେମ୍ବର ୨୦୨୩ରେ WFIକୁ ନିଲମ୍ବିତ କରିଥିଲା।

ନିଲମ୍ବନର କାରଣ ଥିଲା WFI ଦ୍ୱାରା ୧୫ ବର୍ଷରୁ କମ ଏବଂ ୨୦ ବର୍ଷରୁ କମ ଜାତୀୟ କୁସ୍ତି ଚାମ୍ପିୟନଶିପର ତରବରିଆ ଘୋଷଣା, ଯାହାକୁ ସରକାର ନିୟମର ଉଲ୍ଲଂଘନ ବୋଲି ବିବେଚନା କରିଥିଲେ। ଏବେ ମନ୍ତ୍ରଣାଳୟ ତାଙ୍କ ଆଦେଶରେ କହିଛି ଯେ ଫେଡେରେଶନ ଆବଶ୍ୟକୀୟ ସଂଶୋଧନମୂଳକ ପଦକ୍ଷେପ ନେଇଛି, ତେଣୁ ଏହି ନିଷ୍ପତ୍ତି ନିଆଯାଇଛି।

୨୪ ଡିସେମ୍ବର ୨୦୨୩ରେ, କ୍ରୀଡ଼ା ମନ୍ତ୍ରଣାଳୟ ୧୫ ବର୍ଷରୁ କମ ଏବଂ ୨୦ ବର୍ଷରୁ କମ ଜାତୀୟ ଚାମ୍ପିଅନସିପ ଘୋଷଣା କରିବାରେ ଶୀଘ୍ରତା ଦେଖାଇବା ପାଇଁ ଭାରତୀୟ କୁସ୍ତି ମହାସଂଘକୁ ନିଲମ୍ବିତ କରିଥିଲା। ସେହି ସମୟରେ, ସଞ୍ଜୟ ସିଂଙ୍କ ପ୍ୟାନେଲ ୨୧ ଡିସେମ୍ବର ୨୦୨୩ରେ WFI ନିର୍ବାଚନରେ ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri