Posted inଖେଳ

ପର୍ତ୍ତୁଗାଲ-ଫ୍ରାନ୍ସ ମ୍ୟାଚ୍‌ ଡ୍ର: ରୋନାଲ୍ଡୋ ରେକର୍ଡ ସମକକ୍ଷ

ବୁଦାପେଷ୍ଟ,୨୫।୬: ୟୁରୋକପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ରାଉଣ୍ଡ ଅଫ୍‌ ୧୬ କାର୍ଯ୍ୟସୂଚୀ ସ୍ପଷ୍ଟ ହୋଇଛି। ଶନିବାରଠାରୁ ନକ୍‌ଆଉଟ ପର୍ଯ୍ୟାୟ ଆରମ୍ଭ ହେବ। ଗ୍ରୁପ୍‌ ଏଫ୍‌’ରେ ପର୍ତ୍ତୁଗାଲ ଓ ଫ୍ରାନ୍ସ ମଧ୍ୟରେ ବୁଧବାର ଖେଳାଯାଇଥିବା ମ୍ୟାଚ୍‌ ୨-୨ ଗୋଲରେ ଅମୀମାଂସିତ ରହିଛି। ଡିଫେଣ୍ଡିଂ ଚାମ୍ପିୟନ ପର୍ତ୍ତୁଗାଲ ତରଫରୁ ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋ ପେନାଲ୍ଟି ଜରିଆରେ ଦୁଇଟି ଗୋଲ ସ୍କୋର କରିଥିଲେ। ଏଥିସହ ରୋନାଲ୍ଡୋ ନିଜ ଦେଶ ପାଇଁ ୧୦୯ଟି ଗୋଲ ସ୍କୋର କରି ରେକର୍ଡ ନିକଟତର ହୋଇଛନ୍ତି। ପୂର୍ବତନ ଇରାନ ଷ୍ଟ୍ରାଇକର ଅଲି ଡାଏଇଙ୍କ ରେକର୍ଡର ସମକକ୍ଷ ହୋଇଛନ୍ତି ରୋନାଲ୍ଡୋ। ଏଥିସହ ପର୍ତ୍ତୁଗାଲ ଗ୍ରୁପ୍‌ ଏଫ୍‌ରେ ୩ଟି ମ୍ୟାଚ୍‌ ଖେଳି ଗୋଟିଏ ଲେଖାଏ ବିଜୟ, ଡ୍ର ଓ ପରାଜୟ ସହ ୪ ପଏଣ୍ଟ ହାସଲ କରି ତୃତୀୟ ସ୍ଥାନରେ ରହିବା ସହ ରାଉଣ୍ଡ ଅଫ୍‌ ୧୬ରେ ପ୍ରବେଶ କରିଛି। ଅନ୍ୟପଟେ ବିଶ୍ୱ ଚାମ୍ପିୟନ ଫ୍ରାନ୍ସ ୩ଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ ଓ ୨ଟି ଡ୍ର ସହ ୫ ପଏଣ୍ଟ ହାସଲ କରି ଗ୍ରୁପ୍‌ ଏଫ୍‌ର ଶୀର୍ଷରେ ରହି ନକ୍‌ଆଉଟକୁ ଉଠିଛି। ରାଉଣ୍ଡ ଅଫ୍‌ ୧୬ରେ ପର୍ତ୍ତୁଗାଲ ସୋମବାର ୨୮ ତାରିଖରେ ବେଲ୍‌ଜିୟମକୁ ଭେଟିବ। ସେହିପରି ଫ୍ରାନ୍ସ ମଙ୍ଗଳବାର ୨୯ ତାରିଖରେ ପ୍ରି- କ୍ୱାର୍ଟରରେ ସୁଇଜରଲାଣ୍ଡକୁ ଭେଟିବ।
ସ୍ଥାନୀୟ ଫେରେଙ୍କ ପୁକାସ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଫ୍ରାନ୍ସ ତରଫରୁ କରିମ ବେଞ୍ଜେମା ମଧ୍ୟ ରୋନାଲ୍ଡୋଙ୍କ ଭଳି ଦୁଇଟି ଗୋଲ ଦେଇଥିଲେ। ସେ ପ୍ରଥମାର୍ଦ୍ଧ ଇଞ୍ଜୁରି ଟାଇମର ଦ୍ୱିତୀୟ ମିନିଟ୍‌ରେ ପେନାଲ୍ଟି ଜରିଆରେ ଦଳ ତରଫରୁ ପ୍ରଥମ ଗୋଲ ଦେଇଥିଲେ। ସେହିପରି ୪୭ତମ ମିନିଟ୍‌ରେ ସେ ଆଉ ଏକ ଗୋଲ ଦେଇଥିଲେ। ଏହି ମ୍ୟାଚ୍‌ରେ ରୋନାଲ୍ଡୋଙ୍କ ପ୍ରଦର୍ଶନ ଐତିହାସିକ ଥିଲା ଓ ତାଙ୍କ ପ୍ରଦର୍ଶନ ବଳରେ ପର୍ତ୍ତୁଗାଲ ନକ୍‌ଆଉଟ ପର୍ଯ୍ୟାୟକୁ ଉନ୍ନୀତ ହୋଇଛି। ଫ୍ରାନ୍ସ କିନ୍ତୁ ସବୁ ଦୃଷ୍ଟିକୋଣରୁ ଉନ୍ନତ ପ୍ରଦର୍ଶନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri