କରୋନା ଭ୍ୟାକ୍ସିନ ନେବାର ଦୁଇ ଦିନ ପରେ ସ୍ୱାସ୍ଥ୍ୟକର୍ମୀଙ୍କ ମୃତ୍ୟୁ

ଲିସବନ୍‌,୫ ।୧: କରୋନା ଭାଇରସକୁ ଦୂରେଇ ଦେବାକୁ ଏବେ ପ୍ରାୟ ସବୁଦେଶର ନଜର ଭ୍ୟାକ୍ସିନ ବା ଟିକା ଉପରେ । କେତେକ ବିକାଶଶୀଳ ଦେଶ କିଛି ଭ୍ୟାକ୍ସିନ ଦେବା ଆରମ୍ଭ କରିଥିବା ବେଳେ ଆଉ କିଛି ଦେଶ ଏବେବି ପରୀକ୍ଷା କରିବାରେ ଲାଗି ପଡିଛନ୍ତି । ତେବେ ପର୍ତ୍ତୁଗାଲରେ ଜଣେ ସ୍ୱାସ୍ଥ୍ୟକର୍ମୀଙ୍କୁ ଫାଇଜର କରୋନା ଭ୍ୟାକ୍ସିନ ଦେବାର ୨ ଦିନ ପରେ ତାଙ୍କର ମୃତ୍ୟୁ ହେବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ମିଳିଥିବା ସୂଚନା ମୁତାବକ ୨ ସନ୍ତାନର ମା’ ସୋନିୟା ଏସେବେଦୋ ପର୍ତ୍ତୁଗିଜ ଇନଷ୍ଟିଚ୍ୟୁଟ ଅଫ୍ ଅଙ୍କୋଲୋଜିର ପୋଟୋରେ ପେଡିଆଟ୍ରିକ୍ ବିଭାଗରେ କାମ କରନ୍ତି । ଡିସେମ୍ବର ୩୦ରେ ସେ କରୋନାର ଫାଇଜର ଟିକା ନେଇଥିଲେ । ଏହାପରେ ତାଙ୍କ ନିକଟରେ କୌଣସି ପାଶ୍ୱର୍ ପ୍ରତିକ୍ରିୟା ଦେଖାଯାଇ ନ ଥିଲା । ଏମିତିକି ତାଙ୍କଠାରେ କରୋନାର କୌଣସି ଲକ୍ଷଣ ବି ଦେଖା ଯାଇ ନ ଥିବା କହିଛନ୍ତି ତାଙ୍କ ପିତା । ହେଲେ ଜାନୁୟାରୀ ୧ରେ ତାଙ୍କର ହଠାତ୍ ଘରେ ଥିବା ବେଳେ ମୃତ୍ୟୁ ହୋଇଯାଇଛି । ମୃତ୍ୟୁର ପ୍ରକୃତ କାରଣ କ’ଣ ଏବେ ପର୍ଯ୍ୟନ୍ତ ତାହା ଜଣା ନ ଥିବା ବେଳେ ଏବେ ତାଙ୍କ ପିତା ଝିଅ ମୃତ୍ୟୁର କାରଣ ଖୋଜୁଛନ୍ତି । ସୋନିୟାଙ୍କ ଝିଅ କହିଛନ୍ତି ତାଙ୍କ ମା’ଙ୍କଠାରେ କରୋନା ଲକ୍ଷଣ ନ ଥିଲା ହେଲେ ସେ ଯେଉଁଠି ଟିକା ନେଇଥିଲେ ସେଠାରେ ସାମାନ୍ୟ ଦରଜ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri