‘ଶିଳ୍ପ ପ୍ରତିଷ୍ଠା ପାଇଁ ଅଧିକାରୀଙ୍କ ସକାରାତ୍ମକ ମନୋଭାବ ଜରୁରୀ’

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ଚଳିତ ବର୍ଷ ବାଣିଜ୍ୟ ମେଳା ହେବ ନାହିଁ। ମାତ୍ର ଆସନ୍ତା ମାର୍ଚ୍ଚ ୫ରୁ ୯ ତାରିଖ ମଧ୍ୟରେ ପ୍ରତି ଜିଲା ସ୍ତରରେ ଉଦ୍ୟୋଗ ସପ୍ତାହ ପାଳନ କରାଯିବ। ଏହି ଉପଲକ୍ଷେ ଜିଲା ସ୍ତରରେ ପ୍ରଦର୍ଶନୀ ଆୟୋଜନ କରାଯିବ। ଏହି କାର୍ଯ୍ୟକ୍ରମରେ ଜିଲାରେ ହେଉଥିବା ବିଶେଷ ଉତ୍ପାଦଗୁଡ଼ିକର ପ୍ରଦର୍ଶନ, ଏଗୁଡ଼ିକର ପ୍ରକ୍ରିୟାକରଣ ଏବଂ ଏ ଧରଣର ଉଦ୍ୟୋଗ ପାଇଁ ସରକାରଙ୍କ ପକ୍ଷରୁ ପ୍ରୋତ୍ସାହନଗୁଡ଼ିକ ସମ୍ବନ୍ଧରେ ଜନସାଧାରଣଙ୍କୁ ଅବଗତ କରାଯିବ। ମଙ୍ଗଳବାର ଓ-ହବ୍‌ଠାରେ ଆୟୋଜିତ ଜିଲା ଶିଳ୍ପ କେନ୍ଦ୍ର ଓ ଆଞ୍ଚଳିକ ଶିଳ୍ପ କେନ୍ଦ୍ରର ସାଧାରଣ ପରିଚାଳକମାନଙ୍କ ସମ୍ମିଳନୀରେ ଯୋଗଦେଇ ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ରାଜ୍ୟର ଯୁବବର୍ଗ ଚାକିରି ପଛରେ ନ ଗୋଡ଼ାଇ କିପରି ଅନ୍ୟକୁ ନିଯୁକ୍ତି ଦେବେ, ସେଥିପ୍ରତି ଆଗ୍ରହ ପ୍ରକାଶ କରିବାକୁ ହେବ। ବିଭାଗୀୟ ଅଧିକାରୀମାନେ ନିଜକୁ ବିଭାଗର ସମସ୍ତ ନୀତିନିୟମ ସହ ଅବଗତ କରାଇବା ଦରକାର। ଏଥିସହିତ ଅନ୍ୟାନ୍ୟ ବିଭାଗ ଦ୍ୱାରା ଶିଳ୍ପ ପ୍ରତିଷ୍ଠା ନିମନ୍ତେ କରାଯାଇଥିବା ନିୟମ ସମ୍ପର୍କରେ ଅବଗତ ହେବା ନିହାତି ଆବଶ୍ୟକ ବୋଲି ସେ କହିଥିଲେ। ଏଥିପାଇଁ ପ୍ରତି ୪ ମାସରେ ଥରେ ଶିବିର ଆୟୋଜନ କରି ଏ ସମ୍ପର୍କରେ ତାଲିମ ପ୍ରଦାନ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଛି। ରାଜ୍ୟରେ ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା ପ୍ରତି ବିଭାଗୀୟ ଅଧିକାରୀମାନଙ୍କ ସକାରାତ୍ମକ ମନୋଭାବ ପୋଷଣ ବର୍ତ୍ତମାନ ସମୟର ବଡ଼ ଆହ୍ବାନ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟ ସରକାର ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବା ଉପରେ ଗୁରୁତ୍ୱ ଦେଉଥିବାରୁ ଏଥିପ୍ରତି ଯତ୍ନବାନ ରହିବାକୁ ସେ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।
ନିକଟରେ ରାଜ୍ୟ ସରକାର ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ ଜରିଆରେ ଅନେକଗୁଡ଼ିଏ ସଂକଳ୍ପ ପାରିତ କରିଛନ୍ତି। ସେଗୁଡ଼ିକର ଅନୁପାଳନ ସକାଶେ ଆମକୁ ନିଜଆଡ଼ୁ ଆଗ୍ରହ ପ୍ରକାଶ କରିବାକୁ ହେବ। କେତେକ କ୍ଷେତ୍ରରେ ଏକପ୍ରକାର ଦସ୍ତାବିଜ ବାରମ୍ବାର ମଗାଯାଉଥିବା, ମଞ୍ଜୁରୀପ୍ରାପ୍ତ ଅର୍ଥ ପଇଠକୁ ବିଳମ୍ବ କରିବା, ନିର୍ଦ୍ଧାରିତ ଦିବସ ପରେ ପ୍ରାପ୍ତି ଦରଖାସ୍ତକୁ ନାକଚ କରିବା ଭଳି କେତେକ ପଦକ୍ଷେପ ଯୋଗୁ ଅନେକ କ୍ଷେତ୍ରରେ ଶିଳ୍ପ ପ୍ରତିଷ୍ଠା ପାଇଁ ଇଚ୍ଛୁକ ବ୍ୟକ୍ତି ହତୋତ୍ସାହ ହେଉଥିବା ପରିଲକ୍ଷିତ ହେଉଛି। ଅଯଥା ନୀତିନିୟମର ଦ୍ୱାହି ଦେଇ କାର୍ଯ୍ୟରେ ବାଧା ଉପୁଜାଇବା ପରିବର୍ତ୍ତେ କାର୍ଯ୍ୟଟି ଅନାୟାସରେ କିପରି ହୋଇପାରିବ ସେଥି ନିମନ୍ତେ ଶିଳ୍ପ ପାଇଁ ଇଚ୍ଛୁକ ବ୍ୟକ୍ତିଙ୍କୁ ସହଯୋଗ ପ୍ରଦାନ କରିବା ଆବଶ୍ୟକ ବୋଲି ମନ୍ତ୍ରୀ କହିଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର କହିଛନ୍ତି ଯେ ବିଭାଗର କେତେକ ନିୟମ କାର୍ଯ୍ୟ ସମ୍ପାଦନରେ ଯଦି ଅସୁବିଧା ସୃଷ୍ଟି କରୁଥାଏ, ତେବେ ସେ କ୍ଷେତ୍ରରେ ନିୟମର ସଂଶୋଧନ ପାଇଁ କ୍ଷେତ୍ର ଅଧିକାରୀମାନେ ପରାମର୍ଶ ଦେଇପାରିବେ। ନିୟମର ଆଳ ଦେଖାଇ କୌଣସି କାର୍ଯ୍ୟକୁ ଅଯଥା ବିଳମ୍ବ କରିବା ଅଥବା ବାତିଲ ନ କରିବାକୁ ପରାମର୍ଶ ଦେଇଛନ୍ତି।
ଚଳିତ ବର୍ଷ ବାଣିଜ୍ୟ ମେଳା ହେବନାହିଁ,କିନ୍ତୁ ଆସନ୍ତା ମାର୍ଚ୍ଚ ୫ରୁ ୯ ତାରିଖ ମଧ୍ୟରେ ପ୍ରତି ଜିଲ୍ଲାସ୍ତରରେ ଉଦ୍ୟୋଗ ସପ୍ତାହ ପାଳନ କରାଯିବ। ଏହି ଉପଲକ୍ଷେ ଜିଲ୍ଲାସ୍ତରରେ ପ୍ରଦର୍ଶନୀ ଆୟୋଜନ କରାଯିବା ଏହି କାର୍ଯ୍ୟକ୍ରମରେ ଜିଲ୍ଲାରେ ହେଉଥିବା ବିଶେଷ ଉତ୍ପାଦଗୁଡ଼ିକର ପ୍ରଦର୍ଶନ, ଏ ଗୁଡ଼ିକର ପ୍ରକ୍ରିୟାକରଣ ଏବଂ ଏ ଧରଣର ଉଦ୍ୟୋଗ ପାଇଁ ସରକାରୀ ପ୍ରୋତ୍ସାହନଗୁଡ଼ିକ ସଞ୍ଚନ୍ଧରେ ଏହି ମେଳାରେ ଜନସାଧାରଣଙ୍କୁ ଅବଗତ କରିବାକୁ ପଦକ୍ଷେପ ନେବାକୁ କୁହାଯାଇଛି। ବିଶେଷ ଭାବେ ସ୍କୁଲ, କଲେଜ, ଆଇଟିଆଇ ପ୍ରଭୃତିର ପ୍ରଧାନ ଶିକ୍ଷକ, ଅଧ୍ୟକ୍ଷମାନଙ୍କୁ ପତ୍ରାଳାପ କରି ଛାତ୍ରୀଛ୍ରାତ୍ର ଏହି ପ୍ରଦର୍ଶନୀ ବୁଲି ଦେଖିବା ପାଇଁ ବ୍ୟବସ୍ଥା କଲେ ଏହା ଯୁବପିଢ଼ିଙ୍କୁ ଶିଳ୍ପ ପ୍ରତିଷ୍ଠାନ ପ୍ରତିଷ୍ଠା ଦିଗରେ ନୂତନ ଉତ୍ସାହ ଭରିଦେବ।
ଉକ୍ତ କାର୍ଯ୍ୟକ୍ରମରେ ସମସ୍ତ ଜିଲାର ଜିଲା ଶିଳ୍ପ କେନ୍ଦ୍ରର ସାଧାରଣ ପରିଚାଳକ-ଆଞ୍ଚଳିକ ସାଧାରଣ ପରିଚାଳକଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ଏମ୍‌ଏସ୍‌ଏମ୍‌ଇର ସ୍ବତନ୍ତ୍ର ସଚିବ ବିଭୂତି ଭୂଷଣ ଦାସ, ଶିଳ୍ପ ନିର୍ଦ୍ଦେଶକ ମହମ୍ମଦ ସାଦ୍ଦିକ ଆଲାମ, ଡିଇପିଏମ୍‌ ଦିଲୀପ କୁମାର ସାହୁ, ଅତିରିକ୍ତ ସଚିବ ରାଜଶ୍ରୀ ସିଂ, ମାନସୀ ମାନ୍‌ଧାତା, ଅତିରିକ୍ତ ଶିଳ୍ପ ନିର୍ଦ୍ଦେଶକ ଏସ୍‌.ଏନ୍‌. ହୋତା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri