ତୃତୀୟ ତ୍ରୈମାସରେ ସକାରାତ୍ମକ ଅଭିବୃଦ୍ଧି

ମୁମ୍ବାଇ: ଚଳିତ ଆର୍ଥତ୍କ ବର୍ଷ ତୃତୀୟ ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ସକାରାତ୍ମକ ରହିବ। କୋଭିଡ୍‌-୧୯ ଯୋଗୁ ଅର୍ଥ ବ୍ୟବସ୍ଥାକୁ ଶକ୍ତ ଧକ୍କା ଲାଗିଥିଲା। ହେଲେ ସୁଧାର ପ୍ରକ୍ରିୟା ଆଶାଠାରୁ ଅଧିକ ରହିଥିବା ଆର୍‌ବିଆଇ ଷ୍ଟେଟ୍‌ ଅଫ୍‌ ଇକୋନୋମି ବୁଲେଟିନ ନାମକ ଏକ ରିପୋର୍ଟରେ ପ୍ରକାଶ କରିଛି। ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ତ୍ରୈମାସରେ ଜିଡିପି ୨୩.୯% ହ୍ରାସ ହୋଇଥିଲା। ସେହିଭଳି ଦ୍ୱିତୀୟ ତ୍ରୈମାସରେ ଜିଡିପି ୭.୫% ଖସିଛି। ସେପ୍ଟେମ୍ବର ମଧ୍ୟଭାଗରେ କୋଭିଡ୍‌ ମହାମାରୀ ସଂକ୍ରମଣର ଚେନ୍‌କୁ ଭାଙ୍ଗିବା ଲାଗି ପ୍ରୟାସ ଜୋର୍‌ଦାର ରହିଥିଲା। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜ ହେଉ କିମ୍ବା ଆତ୍ମନିର୍ଭର ଭାରତ ୨.୦ ଏବଂ ୩.୦ ଭଳି ପଦକ୍ଷେପ ସରକାର ହାତକୁ ନେଇଛନ୍ତି। ଏହା ବଜାର ଉପରେ ଭଲ ପ୍ରଭାବ ପକାଇଛି।
୨୦୨୦-୨୧ର ଦ୍ୱିତୀୟ ଭାଗରେ ଅର୍ଥନୈତିକ କାର୍ଯ୍ୟକଳାପ ପୁଣି ଥରେ ବ୍ୟବସ୍ଥିତ ହେଉଥିବା ନଜରକୁ ଆସୁଛି ବୋଲି ଆର୍‌ବିଆଇ ରିପୋର୍ଟରେ ପ୍ରକାଶ ପାଇଛି। ଭାରତ ଉପରେ କରୋନା ଦ୍ୱିତୀୟ ଲହର ପ୍ରଭାବ ଏଯାଏ ଦେଖାଯାଇନାହିଁ। ଏଭଳି ସ୍ଥିତିରେ ବିଭିନ୍ନ ସରକାରୀ ନୀତି ଏବଂ ଅନ୍‌ଲକ ପ୍ରକ୍ରିୟା ଅର୍ଥ ବ୍ୟବସ୍ଥାର ଉନ୍ନତୀକରଣ ଦିଗରେ ଯୋଗଦାନ ରଖିଛି। ଦରଦାମ ଏବେ ଉଚ୍ଚରେ ରହିଥିବା ବେଳେ ଏହା ଯେଭଳି ଅଭିବୃଦ୍ଧି ବେଶି କ୍ଷତିଗ୍ରସ୍ତ ନ କରେ ତାକୁ ଧ୍ୟାନରେ ରଖିବାକୁ ମଧ୍ୟ ରିପୋର୍ଟରେ ଉଲ୍ଲେଖ କରାଯାଇଛି।
ସୂଚନାଯୋଗ୍ୟ, ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥ ବ୍ୟବସ୍ଥା ମଧ୍ୟରେ ଭାରତ ସବୁଠାରୁ ବେଶି କ୍ଷତିଗ୍ରସ୍ତ ହୋଇଛି। ଲକ୍‌ଡାଉନରେ ସାରା ଦେଶରେ ଆର୍ଥତ୍କ କାର୍ଯ୍ୟକଳାପକୁ ଶକ୍ତ ଧକ୍କା ଲାଗିଛି। ଫଳରେ ଜିଡିପିରେ ବୃହତ୍‌ ପରିମାଣର ହ୍ରାସ ଦେଖିବାକୁ ମିଳିଛି। ମାତ୍ର ଲକ୍‌ଡାଉନ ପରେ ଏହି ଧାରାରେ ଏବେ ପରିବର୍ତ୍ତନ ଦେଖାଯାଇଛି। ଆର୍ଥତ୍କ କାର୍ଯ୍ୟକଳାପ ଟ୍ରାକ୍‌କୁ ଫେରୁଥିବା ବିଶ୍ୱସ୍ତରୀୟ ଏଜେନ୍ସିଗୁଡିକ ଆକଳନ କଲେଣି। ଏଜେନ୍ସି ଭାରତର ଜିଡିପି ଆକଳନକୁ ପରିବର୍ତ୍ତନ କରୁଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ...

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri