ତୃତୀୟ ତ୍ରୈମାସରେ ସକାରାତ୍ମକ ଅଭିବୃଦ୍ଧି

ମୁମ୍ବାଇ: ଚଳିତ ଆର୍ଥତ୍କ ବର୍ଷ ତୃତୀୟ ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ସକାରାତ୍ମକ ରହିବ। କୋଭିଡ୍‌-୧୯ ଯୋଗୁ ଅର୍ଥ ବ୍ୟବସ୍ଥାକୁ ଶକ୍ତ ଧକ୍କା ଲାଗିଥିଲା। ହେଲେ ସୁଧାର ପ୍ରକ୍ରିୟା ଆଶାଠାରୁ ଅଧିକ ରହିଥିବା ଆର୍‌ବିଆଇ ଷ୍ଟେଟ୍‌ ଅଫ୍‌ ଇକୋନୋମି ବୁଲେଟିନ ନାମକ ଏକ ରିପୋର୍ଟରେ ପ୍ରକାଶ କରିଛି। ଚଳିତ ଆର୍ଥତ୍କ ବର୍ଷ ପ୍ରଥମ ତ୍ରୈମାସରେ ଜିଡିପି ୨୩.୯% ହ୍ରାସ ହୋଇଥିଲା। ସେହିଭଳି ଦ୍ୱିତୀୟ ତ୍ରୈମାସରେ ଜିଡିପି ୭.୫% ଖସିଛି। ସେପ୍ଟେମ୍ବର ମଧ୍ୟଭାଗରେ କୋଭିଡ୍‌ ମହାମାରୀ ସଂକ୍ରମଣର ଚେନ୍‌କୁ ଭାଙ୍ଗିବା ଲାଗି ପ୍ରୟାସ ଜୋର୍‌ଦାର ରହିଥିଲା। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜ ହେଉ କିମ୍ବା ଆତ୍ମନିର୍ଭର ଭାରତ ୨.୦ ଏବଂ ୩.୦ ଭଳି ପଦକ୍ଷେପ ସରକାର ହାତକୁ ନେଇଛନ୍ତି। ଏହା ବଜାର ଉପରେ ଭଲ ପ୍ରଭାବ ପକାଇଛି।
୨୦୨୦-୨୧ର ଦ୍ୱିତୀୟ ଭାଗରେ ଅର୍ଥନୈତିକ କାର୍ଯ୍ୟକଳାପ ପୁଣି ଥରେ ବ୍ୟବସ୍ଥିତ ହେଉଥିବା ନଜରକୁ ଆସୁଛି ବୋଲି ଆର୍‌ବିଆଇ ରିପୋର୍ଟରେ ପ୍ରକାଶ ପାଇଛି। ଭାରତ ଉପରେ କରୋନା ଦ୍ୱିତୀୟ ଲହର ପ୍ରଭାବ ଏଯାଏ ଦେଖାଯାଇନାହିଁ। ଏଭଳି ସ୍ଥିତିରେ ବିଭିନ୍ନ ସରକାରୀ ନୀତି ଏବଂ ଅନ୍‌ଲକ ପ୍ରକ୍ରିୟା ଅର୍ଥ ବ୍ୟବସ୍ଥାର ଉନ୍ନତୀକରଣ ଦିଗରେ ଯୋଗଦାନ ରଖିଛି। ଦରଦାମ ଏବେ ଉଚ୍ଚରେ ରହିଥିବା ବେଳେ ଏହା ଯେଭଳି ଅଭିବୃଦ୍ଧି ବେଶି କ୍ଷତିଗ୍ରସ୍ତ ନ କରେ ତାକୁ ଧ୍ୟାନରେ ରଖିବାକୁ ମଧ୍ୟ ରିପୋର୍ଟରେ ଉଲ୍ଲେଖ କରାଯାଇଛି।
ସୂଚନାଯୋଗ୍ୟ, ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥ ବ୍ୟବସ୍ଥା ମଧ୍ୟରେ ଭାରତ ସବୁଠାରୁ ବେଶି କ୍ଷତିଗ୍ରସ୍ତ ହୋଇଛି। ଲକ୍‌ଡାଉନରେ ସାରା ଦେଶରେ ଆର୍ଥତ୍କ କାର୍ଯ୍ୟକଳାପକୁ ଶକ୍ତ ଧକ୍କା ଲାଗିଛି। ଫଳରେ ଜିଡିପିରେ ବୃହତ୍‌ ପରିମାଣର ହ୍ରାସ ଦେଖିବାକୁ ମିଳିଛି। ମାତ୍ର ଲକ୍‌ଡାଉନ ପରେ ଏହି ଧାରାରେ ଏବେ ପରିବର୍ତ୍ତନ ଦେଖାଯାଇଛି। ଆର୍ଥତ୍କ କାର୍ଯ୍ୟକଳାପ ଟ୍ରାକ୍‌କୁ ଫେରୁଥିବା ବିଶ୍ୱସ୍ତରୀୟ ଏଜେନ୍ସିଗୁଡିକ ଆକଳନ କଲେଣି। ଏଜେନ୍ସି ଭାରତର ଜିଡିପି ଆକଳନକୁ ପରିବର୍ତ୍ତନ କରୁଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri