ବୁଗୁଡ଼ାରେ ପଜିଟିଭ, ଭୁବନେଶ୍ୱରରେ ନେଗେଟିଭ

ବୁଗୁଡ଼ା,୨୫ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଜଣେ ବ୍ୟକ୍ତି ଗତ ୧୬ ତାରିଖରେ ବୁଗୁଡାରେ ସ୍ବାବ୍‌ ଦେଇଥିବାବେଳେ ଶନିବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ମାତ୍ର ୧୭ ତାରିଖରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ସ୍ବାବ୍‌ ଦେଇଥିବାବେଳେ ଉକ୍ତ ଦିନ ରିପୋର୍ଟ ନେଗେଟିଭ ଆସିଥିଲା। ଏହି ଘଟଣା ଏବେ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ବୁଗୁଡ଼ା ମୁଖ୍ୟ ସଡ଼କ ବ୍ଲକ ଛକ ନିକଟରେ ରହୁଥିବା ବ୍ରହ୍ମଚାରୀ ବିଷୋୟୀ ୧୬ ତାରିଖରେ ପିପୁଲ୍ସ କଲେଜରେ ହୋଇଥିବା ସ୍ବାବ୍‌ ସଂଗ୍ରହ କେନ୍ଦ୍ରରେ ଗତ ୧୬ ତାରିଖରେ ସ୍ବାବ୍‌ ଦେଇଥିଲେ। ୧୭ ତାରିଖରେ ତାଙ୍କୁ ଜ୍ୱର ହେବାରୁ ସେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲକୁ ଯାଇଥିଲେ। ସେଠାରେ ତାଙ୍କର ସ୍ବାବ୍‌ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ରାତିରେ ରିପୋର୍ଟ ନେଗେଟିଭ ଆସିବା ପରେ ପରଦିନ ବୁଗୁଡା ଫେରି ଆସିଥିଲେ। ମାତ୍ର ବୁଗୁଡାରେ ଦେଇଥିବା ସ୍ବାବ୍‌ ରିପୋର୍ଟ ଶନିବାର ପଜିଟିଭ ଆସିବା ପରେ ସେ ଚିନ୍ତାରେ ପଡିଯାଇଛନ୍ତି।
ବୁଗୁଡ଼ାରେ ଶନିବାର ୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ମୋଟ ପଜିଟିଭ ସଂଖ୍ୟା ୩୫୫ରେ ପହଞ୍ଚଛି। ସେଥିରୁ ୧୮୬ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୪ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ, ୮୦ ମାମଲାର ଫୈସଲା

ଦିଗପହଣ୍ଡି,୧୩।୧୨,(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ...

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...

କାହିଁକି ଷ୍ଟାଡ଼ିୟମରେ ହେଲା ହଙ୍ଗାମା, କାହିଁକି ରାଗିଲେ ମେସିଙ୍କୁ ଦେଖିବାକୁ ଆସିଥିବା ଦର୍ଶକେ, ସରକାର ନେଲେ କି…

କୋଲକାତା,୧୩।୧୨: ଶନିବାର ସକାଳେ ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ଦେଖିବା ପାଇଁ କୋଲକାତାର ସଲ୍ଟ ଲେକ ଷ୍ଟାଡିୟମରେ ପ୍ରଶଂସକମାନେ ଏକାଠି ହୋଇଥିଲେ। GOAT ଇଣ୍ଡିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri