ହସ୍ପିଟାଲରେ ଭର୍ତ୍ତି ପାଇଁ ପଜିଟିଭ୍‌ ରିପୋର୍ଟ ଜରୁରୀ ନୁହେଁ

ନୂଆଦିଲ୍ଲୀ, ୯।୫: ଦେଶରେ ଦୈନିକ ୪ ଲକ୍ଷରୁ ଊର୍ଦ୍ଧ୍ୱ କରୋନାରେ ସଂକ୍ରମିତ ହେଉଥିବାବେଳେ ସେମାନଙ୍କୁ ଚିକିତ୍ସା ଯୋଗାଇବାରେ ଦେଶର ସ୍ବାସ୍ଥ୍ୟସେବା ଭିତ୍ତିଭୂମି ପର୍ଯ୍ୟାପ୍ତ ହେଉନାହିଁ। କୋଭିଡ୍‌ କେୟାର ସେଣ୍ଟରରେ କରୋନା ରୋଗୀଙ୍କୁ ଭର୍ତ୍ତି କରିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଶନିବାର ଜାତୀୟ ନୀତିରେ ସଂଶୋଧନ କରିଛି। ସଂଶୋଧିତ ନୀତି ଅନୁଯାୟୀ କୋଭିଡ୍‌ କେୟାର ସେଣ୍ଟରରେ ଭର୍ତ୍ତି ହେବା ଲାଗି ପଜିଟିଭ୍‌ ରିପୋର୍ଟ ଦେଖାଇବା ଜରୁରୀ ନୁହେଁ। ସ୍ବାସ୍ଥ୍ୟକେନ୍ଦ୍ରରେ କୌଣସି ରୋଗୀଙ୍କୁ ଚିକିତ୍ସା ସେବାରୁ ବଞ୍ଚତ୍ତ କରାଯାଇପାରିବ ନାହିଁ। ସନ୍ଦିଗ୍ଧ ମାମଲାକୁ ମଧ୍ୟ କୋଭିଡ୍‌ କେୟାର ସେଣ୍ଟର (ସିସିସି), ଡେଡିକେଟେଡ୍‌ କୋଭିଡ୍‌ ହେଲ୍‌ଥ ସେଣ୍ଟର(ଡିସିଏଚ୍‌ସି), ଡେଡିକେଟେଡ କୋଭିଡ୍‌ ହସ୍ପିଟାଲ (ଡିସିଏଚ୍‌)ର ସସ୍ପେକ୍ଟ ଓ୍ବାର୍ଡରେ ଭର୍ତ୍ତି କରାଯିବ। ରୋଗୀ ଅନ୍ୟ ସହରର ହୋଇଥିଲେ ମଧ୍ୟ ତାଙ୍କୁ ହସ୍ପିଟାଲରେ ଆବଶ୍ୟକ ଅମ୍ଳଜାନ ଏବଂ ଔଷଧ ଯୋଗାଇ ଦିଆଯିବ। ସେହିପରି ହସ୍ପିଟାଲରେ ଭର୍ତ୍ତି ହେବାର ଆବଶ୍ୟକତା ନ ଥିବା ବ୍ୟକ୍ତି ବେଡ୍‌ ଦଖଲ କରି ରହିପାରିବେ ନାହିଁ। ସଂଶୋଧିତ ଡିସ୍‌ଚାର୍ଜ ନୀତି ଅନୁଯାୟୀ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ତୁରନ୍ତ ହସ୍ପିଟାଲରୁ ଘରକୁ ପଠାଇ ଦିଆଯିବ। ଏନେଇ ୩ ଦିନ ମଧ୍ୟରେ ଆବଶ୍ୟକ ନିର୍ଦ୍ଦେଶନାମା ଓ ସର୍କୁଲାର ଜାରି କରିବା ପାଇଁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବମାନଙ୍କୁ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri