Posted inଜାତୀୟ

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ: ପିଲାମାନଙ୍କ ସହ ଜଡିତ ଅଶ୍ଳିଳ ସାମଗ୍ରୀ ନିଜ ପାଖରେ ରଖିବା ଦଣ୍ଡନୀୟ ଅପରାଧ

ନୂଆଦିଲ୍ଲୀ,୨୩।୯: ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଚାଇଲ୍ଡ ପୋର୍ନୋଗ୍ରାଫି ସହ ଜଡିତ ସାମଗ୍ରୀ ଡାଉନଲୋଡ କରିବା ଏବଂ ଏହାକୁ ନିଜ ପାଖରେ ରଖିବା ଏକ ଅପରାଧ। ସୁପ୍ରିମକୋର୍ଟ କହିଛନ୍ତି ଯେ ଯଦି କୌଣସି ବ୍ୟକ୍ତି ଏପରି ସାମଗ୍ରୀ ଡିଲିଟ ନକରନ୍ତି କିମ୍ବା ପୋଲିସକୁ ଏହା ବିଷୟରେ ଅବଗତ ନକରନ୍ତି, ତେବେ ପୋକ୍ସୋ ଆକ୍ଟର ଧାରା ୧୫ଏହାକୁ ଅପରାଧ କରିଥାଏ।

ଏ ସମ୍ପର୍କରେ ମାଡ୍ରାସ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ ଆଇନଗତ ଭାବେ ଏପରି ସାମଗ୍ରୀ ଧାରଣ କରିବା ମଧ୍ୟ ଏକ ଅପରାଧ। ଜଣେ ବ୍ୟକ୍ତିଙ୍କ ବିରୋଧରେ ପଞ୍ଜୀକୃତ ହୋଇଥିବା ମାମଲାକୁ ହାଇକୋର୍ଟ ଖାରଜ କରି କହିଛନ୍ତି ଯେ ସେ କେବଳ ଶିଶୁ ଅଶ୍ଳୀଳତା ଡାଉନଲୋଡ କରିଛନ୍ତି ଏବଂ ଏହାକୁ ତାଙ୍କ ପାଖରେ ରଖିଛନ୍ତି। ସେ ଏହାକୁ ଅନ୍ୟ କାହାକୁ ପଠାଇ ନାହାଁନ୍ତି।

ସୁପ୍ରିକୋର୍ଟ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛନ୍ତି କି, ପୋକ୍ସୋ ଆକ୍‌ଟରେ ପରିବର୍ତ୍ତନ କରି ଚାଇଡ୍ଡ ପୋର୍ନୋଗ୍ରାଫଇ ଶବ୍ଦ ସ୍ଥାନରେ child sexually abusive and exploitative material (CSAEM) ଲେଖାଯାଉ। ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡଙ୍କ ଅଧ୍ୟକ୍ଷତା କରୁଥିବା ବେଞ୍ଚର ସଦସ୍ୟ ଜଷ୍ଟିଶ ଜେ ବି ପାରଡିଓ୍ବାଲା ୨୦୦ ପୃଷ୍ଠାର ଏହି ରାୟ ଲେଖିଛନ୍ତି।
ସେ କହିଛନ୍ତି ଯେ ଯେପର୍ଯ୍ୟନ୍ତ ପୋକ୍ସୋ ଆଇନରେ ପରିବର୍ତ୍ତନ ସଂସଦରେ ଅନୁମୋଦନ ନହୁଏ ସେପର୍ଯ୍ୟନ୍ତ ଏକ ନିୟମ ଆଣିବା ଉଚିତ୍‌। ସୁପ୍ରିମକୋର୍ଟ ମଧ୍ୟ ଦେଶର ଅଦାଲତମାନଙ୍କୁ ସେମାନଙ୍କ ନିର୍ଦ୍ଦେଶରେ CSAEM ଲେଖିବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri