ବନ୍ଧକ ମୁନରେ କ୍ଷମତା ଦଖଲ, ହାତରେ ନାହିଁ କାଣିକଉଡ଼ି…

ଓ୍ବାଶିଂଟନ/କାବୁଲ,୨୫।୮: ବନ୍ଧୁକ ମୁନରେ ପ୍ରାୟ ଦୁଇ ଦଶନ୍ଧି ପରେ ଆଫଗାନିସ୍ତାନକୁ ନିଜ ଅଧୀନକୁ ନେଇଥିବା ତାଲିବାନ ପାଇଁ ଏବେ ଅନ୍ତର୍ଜାତୀୟ ସମର୍ଥନ ହାସଲ କରିବା କଷ୍ଟକର ବ୍ୟାପାର ମନେ ହେଉଛି। ତାଲିବାନ ନିଜକୁ ପରିବର୍ତ୍ତନ କରିବା ବିଷୟରେ କଥାବାର୍ତ୍ତା କରୁଥିବା ବେଳେ ଏହା ଅନ୍ତର୍ଜାତୀୟସ୍ତରରେ ଅବିଶ୍ୱାସ ସୃଷ୍ଟି କରୁଛି। ଏହି କାରଣରୁ ଆଫଗାନିସ୍ତାନକୁ ପୂର୍ବତନ ରାଷ୍ଟ୍ରପତି ଅଶରଫ ଘନିଙ୍କ ସମୟରେ ପ୍ରଦାନ କରାଯାଇଥିବା ଆନ୍ତର୍ଜାତୀୟ ସହାୟତା ଉପରେ ନିଷେଧାଜ୍ଞା ଜାରି କରାଯାଇଛି। ଏବେ ବିଶ୍ୱବ୍ୟାଙ୍କ ପକ୍ଷରୁ ଦେଶରେ ଜାରି ରହିଥିବା ସମସ୍ତ ପ୍ରକଳ୍ପର ଫଣ୍ଡିଂକୁ ରୋକା ଯାଇଛି। ୨୦୦୨ଠାରୁ ବିଶ୍ୱ ବ୍ୟାଙ୍କ ପକ୍ଷରୁ ଆଫଗାନିସ୍ତାନରେ ୫.୩ ଶହ କୋଟି ଡଲାରରୁ ଅଧିକ ନିବେଶ କରାଯାଇଛି। ଏବେ ତାଲିବାନ କ୍ଷମତାକୁ ଆସିବା ପରେ ବିଶ୍ୱବ୍ୟାଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଫଳରେ ତାଲିବାନ ଆତଙ୍କବାଦୀ ସଂଗଠନ ହାତରେ ଖର୍ଚ୍ଚ ପାଇଁ କାଣିକଉଡ଼ି ନାହିଁ। ପ୍ରଥମେ, ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପ୍ରଶାସନ ପକ୍ଷରୁ ୭୦୬ ଶହ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଫ୍ରିଜ କରାଯାଇଥିଲା। ଏହା ପରେ ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍‌ଏଫ୍‌) ପକ୍ଷରୁ ମଧ୍ୟ ଜରୁରୀକାଳୀନ ଭଣ୍ଡାର ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଯାଇଥିଲା। ଏହା ଅଧୀନରେ ତାଲିବାନ ୪୬ ମିଲିୟନ ଡଲାରର ବିପୁଳ ପରିମାଣର ଅର୍ଥ ଆଉ ବ୍ୟବହାର କରିପାରିବ ନାହିଁ ବୋଲି ଆଇଏମ୍‌ଏଫ୍‌ ପକ୍ଷରୁ ସୂଚନା ଦିଆଯାଇଥିଲା। ଏହା ସହିତ ଅନ୍ୟ କୌଣସି ପ୍ରକାରର ନୂତନ ସହାୟତା ଆଇଏମ୍‌ଏଫ୍‌ ପକ୍ଷରୁ ଆଫଗାନିସ୍ତାନକୁ ଯୋଗାଇ ଦେବାକୁ ମନା କରାଯାଇଥିଲା। ତାଲିବାନର ନିୟନ୍ତ୍ରଣ ଆଫଗାନିସ୍ତାନର ଭବିଷ୍ୟତ ପାଇଁ ଅନିଶ୍ଚିତତା ସୃଷ୍ଟି କରୁଥିବାରୁ ଜରୁରୀକାଳୀନ ରିଜର୍ଭରେ ବ୍ୟବହାର ଅବରୋଧ କରାଯାଇଛି।
ଅର୍ଥର ଅଭାବ ଯୋଗୁ କ୍ଷମତା ଦଖଲ କରିଥିବା ତାଲିବାନ ଏବେ କାଙ୍ଗାଳ ହୋଇଯାଇଛି। ଦେଶର ମୁଦ୍ରାକୋଷ ବ୍ୟବହାର ଉପରେ କଟକଣା ଯୋଗୁ ଅଗାମୀ ଦିନରେ ଆର୍ଥିକ ସଙ୍କଟ ସୃଷ୍ଟି ହେବାର ଆଶଙ୍କା ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri