ଭୁବନେଶ୍ୱର,୨୦ା୧୧: ବଙ୍ଗୋପସାଗରରେ ପୁଣି ବାତ୍ୟା ସମ୍ଭାବନା। ୨୨ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ସମୁଦ୍ର ଭିତରେ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଦକ୍ଷିଣବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତରେ ପରିଣତ ହେବ । ୪୮ଘଣ୍ଟାରେ ଗତିର ଦିଗ ବଜାୟ ରଖିବା ସହ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଗତିପଥ ନେଇ କୌଣସି ସ୍ପଷ୍ଟତା ଆସି ନାହିଁ।
ବାତ୍ୟା ହେଲେ ଉତ୍ତର ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ମାଡ଼ ସମ୍ଭାବନା ରହିଛି । ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷା ହୋଇପାରେ । ଏବେ ଧାନ ପାଚୁଥିବାରୁ ବର୍ଷା ହେଲେ ଫସଲ ନଷ୍ଟ ହେବା ଚିନ୍ତାରେ ଚାଷୀ ।


