ପୁଣି ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ଥାଇଲାଣ୍ଡ ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ଶନିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ୧୫ ତାରିଖ ସୁଦ୍ଧା ଏହା ଆଣ୍ଡାମାନ ଉପକୂଳରେ ପହଞ୍ଚତ୍ବ। ପରେ ଏହା ଅବପାତର ରୂପ ନେଇ ଆନ୍ଧ୍ରପ୍ରଦେଶ ଉପକୂଳ ଦେଇ ୧୮ ତାରିଖ ସାରେ ଅତିକ୍ରମ କରିବ। ଏହି ସମୟରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ମଧ୍ୟ ହୋଇପାରେ। ଏହା ପ୍ରଭାବରେ ଆନ୍ଧ୍ର ପ୍ରଦେଶ ସହ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବ ଓ ଉପକୂଳ ଜିଲାଗୁଡ଼ିକରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ସ୍ଥଳଭାଗ ଅତିକ୍ରମ କରିବା ସମୟରେ ପବନର ବେଗ ୪୦ କି.ମି.ରୁ କମ୍‌ ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ବାରଣ କରାଯାଇଛି। ମତ୍ସ୍ୟଜୀବୀମାନେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ୧୬ରୁ ୧୮ ତାରିଖ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରୁ ୧୭ ଓ ୧୮ତାରିଖରେ ସମୁଦ୍ର ଭିତରକୁ ନ ଯିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ଶୁକ୍ରବାରରୁ ଶନିବାର ସକାଳ ସାଢ଼େ ୮ଟା ମଧ୍ୟରେ ଛତ୍ରପୁରରେ ସର୍ବାଧିକ ୧୩୭.୬ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ପୁରୀ ୧୨୪, ଗୋପାଳପୁର ୧୦୦.୪, ନୟାଗଡ଼ ୮୫, ଦାରିଙ୍ଗବାଡ଼ି ୪୬, ଭୁବନେଶ୍ୱରରେ ୩୩ ମିମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଜଗତ୍‌ସିଂହପୁର, ଗଞ୍ଜାମ, କଟକ, ଖୋର୍ଦ୍ଧା ଓ ନୟାଗଡ଼ରେ ପ୍ରବଳ ବର୍ଷା ହେବ। ତେବେ ୧୫ ଓ ୧୬ ତାରିଖରେ ବର୍ଷାର ସମ୍ଭାବନା ନାହିଁ। ୧୭ରୁ ୧୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହେବ। ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯିବା ସହିତ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ଶନିବାର ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?