ସାମ୍ଭାବ୍ୟ ବାତ୍ୟା: ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୬।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେଇ ଅଧିକ ଘନୀଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର କୁହାଯାଇଛି।
ତେବେ ଏହାର ପ୍ରଭାବରେ ହେବାକୁ ଥିବା ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ବାତ୍ୟା ହେବ କି ନାହିଁ କିଛି ସମୟ ପରେ ଏହାର ସ୍ପଷ୍ଟ ଚିତ୍ର ଆସିବ। ବାତ୍ୟା ହେଲେ ୧୮ ଜିଲା ପ୍ରଭାବିତ ହେବାର ଆଶଙ୍କା ରହିଥିବା ବେଳେ ଏ ନେଇ ଏହି ୧୮ ଜିଲାର ଜିଲାପାଳଙ୍କ ସହ ସ୍ବତନ୍ତ୍ର ରିଲିଫ୍‌ କମିଶନ୍‌ (ଏସ୍‌ଆରସି) ପକ୍ଷରୁ ଆଲୋଚନା ହୋଇଛି । ଏ ନେଇ ଅଗ୍ନିଶମ ବାହିନୀ, ଓଡ୍ରାଫ, ଏନ୍‌ଡିଆର୍‌ଏଫ୍‌ ଟିମକୁ ସଜାଗ ରଖାଯାଇଛି ।
ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରି ପ୍ରତି ଜିଲା ହେଡ୍‌ କ୍ୱାର୍ଟରରେ ଆବଶ୍ୟକ ସାମଗ୍ରୀ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ଶକ୍ତି, ପଞ୍ଚାୟତ ଓ ନଗର ଉନ୍ନୟନ ବିଭାଗ ସଚିବଙ୍କ ସହ ମଧ୍ୟ ଆଲୋଚନା ହୋଇଛି । ବାତ୍ୟା ଆତଙ୍କରେ ଅନେକ ସାମଗ୍ରୀର କଳାବଜାର ହେବାର ଆଶଙ୍କା ରହିଥିବା ବେଳେ ଅସାଧୁ ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଲାଗି ନିର୍ଦ୍ଦେଶ ଦିଆଯାଇଛି । ବଜାରରେ ଯଥେଷ୍ଟ ସାମଗ୍ରୀ ମହଜୁଦ ରହିଛି । ଅନାବଶ୍ୟକରେ ଅଧିକ ସାମଗ୍ରୀ କିଣି ଘରେ ଗଚ୍ଛିତ ନ ରଖିବାକୁ ପରାମର୍ଶ ଦିଆଯାଇଛି । ବିପଦ ଆଶଙ୍କା ଥିବା ଅଞ୍ଚଳରେ ସ୍ଥାୟୀ ଓ ଅସ୍ଥାୟୀ ନିରାପଦ ଆଶ୍ରୟସ୍ଥଳ ଚିହ୍ନଟ କରାଯାଉଛି । ସେପଟେ ବାତ୍ୟା ସ୍ଥିତିକୁ ନେଇ ଆଜି ଜିଲାପାଳମାନେ ଏସଆର୍‌ସିଙ୍କୁ ରିପୋର୍ଟ ପ୍ରଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri