ସାମ୍ଭାବ୍ୟ ବାତ୍ୟା: ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୬।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେଇ ଅଧିକ ଘନୀଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର କୁହାଯାଇଛି।
ତେବେ ଏହାର ପ୍ରଭାବରେ ହେବାକୁ ଥିବା ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ବାତ୍ୟା ହେବ କି ନାହିଁ କିଛି ସମୟ ପରେ ଏହାର ସ୍ପଷ୍ଟ ଚିତ୍ର ଆସିବ। ବାତ୍ୟା ହେଲେ ୧୮ ଜିଲା ପ୍ରଭାବିତ ହେବାର ଆଶଙ୍କା ରହିଥିବା ବେଳେ ଏ ନେଇ ଏହି ୧୮ ଜିଲାର ଜିଲାପାଳଙ୍କ ସହ ସ୍ବତନ୍ତ୍ର ରିଲିଫ୍‌ କମିଶନ୍‌ (ଏସ୍‌ଆରସି) ପକ୍ଷରୁ ଆଲୋଚନା ହୋଇଛି । ଏ ନେଇ ଅଗ୍ନିଶମ ବାହିନୀ, ଓଡ୍ରାଫ, ଏନ୍‌ଡିଆର୍‌ଏଫ୍‌ ଟିମକୁ ସଜାଗ ରଖାଯାଇଛି ।
ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରି ପ୍ରତି ଜିଲା ହେଡ୍‌ କ୍ୱାର୍ଟରରେ ଆବଶ୍ୟକ ସାମଗ୍ରୀ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ଶକ୍ତି, ପଞ୍ଚାୟତ ଓ ନଗର ଉନ୍ନୟନ ବିଭାଗ ସଚିବଙ୍କ ସହ ମଧ୍ୟ ଆଲୋଚନା ହୋଇଛି । ବାତ୍ୟା ଆତଙ୍କରେ ଅନେକ ସାମଗ୍ରୀର କଳାବଜାର ହେବାର ଆଶଙ୍କା ରହିଥିବା ବେଳେ ଅସାଧୁ ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଲାଗି ନିର୍ଦ୍ଦେଶ ଦିଆଯାଇଛି । ବଜାରରେ ଯଥେଷ୍ଟ ସାମଗ୍ରୀ ମହଜୁଦ ରହିଛି । ଅନାବଶ୍ୟକରେ ଅଧିକ ସାମଗ୍ରୀ କିଣି ଘରେ ଗଚ୍ଛିତ ନ ରଖିବାକୁ ପରାମର୍ଶ ଦିଆଯାଇଛି । ବିପଦ ଆଶଙ୍କା ଥିବା ଅଞ୍ଚଳରେ ସ୍ଥାୟୀ ଓ ଅସ୍ଥାୟୀ ନିରାପଦ ଆଶ୍ରୟସ୍ଥଳ ଚିହ୍ନଟ କରାଯାଉଛି । ସେପଟେ ବାତ୍ୟା ସ୍ଥିତିକୁ ନେଇ ଆଜି ଜିଲାପାଳମାନେ ଏସଆର୍‌ସିଙ୍କୁ ରିପୋର୍ଟ ପ୍ରଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri