୯ରେ ସମ୍ଭାବ୍ୟ ବାତ୍ୟା

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଡରାଇବା ଆରମ୍ଭ କଲାଣି। ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖରେ ଆସନ୍ତା ମେ’ ୫ରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୯ ତାରିଖ ବେଳକୁ ବାତ୍ୟା ରୂପ ଧାରଣ କରିପାରେ। ଏହାର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିଲୋମିଟର ହୋଇପାରେ ବୋଲି ଅନୁମାନ କରାଯାଇଛି। ବାତ୍ୟାର ଗତି ଯଦି ଉତ୍ତର ପଶ୍ଚିମ ଦିଗକୁ ରହିବ ତେବେ ତାହା ଗଞ୍ଜାମ କିମ୍ବା ପୁରୀ ଉପକୂଳ ଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ନଚେତ୍‌ ବାତ୍ୟା ଆନ୍ଧ୍ର ଉପକୂଳ, ପଶ୍ଚିମବଙ୍ଗର ସୁନ୍ଦରବନ କିମ୍ବା ବାଂଲାଦେଶ ଆଡ଼କୁ ମୁହାଁଇପାରେ ବୋଲି ପୂର୍ବାନୁମାନ କରାଯାଇଛି। ହେଲେ ଉପକୂଳ ଓଡ଼ିଶାରେ ବାତ୍ୟାର ପ୍ରଭାବ ଅନୁଭୂତ ହୋଇପାରେ। ବିଶେଷ କରି ଗଞ୍ଜାମ, ଗଜପତି, ପୁରୀ, ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ତେବେ ସମ୍ଭାବ୍ୟ ବାତ୍ୟାର ରୂପରେଖ କିପରି ହେବ ଓ ଏହା କେଉଁ ଆଡ଼କୁ ଗତି କରିବ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ। ଆସନ୍ତା ୨/୩ ଦିନ ମଧ୍ୟରେ ଏ ନେଇ ସୂଚନା ଦିଆଯିବ ବୋଲି କୁହାଯାଇଛି। ଜଳବାୟୁ ପରିବର୍ତ୍ତନ ଯୋଗୁ ଗତ କିଛି ବର୍ଷ ହେବ ମେ’ ମାସରେ ସୃଷ୍ଟି ହେଉଥିବା ବାତ୍ୟା ଓଡ଼ିଶା ମୁହଁା ହେଉଛି। ୨୦୧୯ ମେ’ ୩ରେ ଫନୀ ବାତ୍ୟା ପୁରୀ ଉପକୂଳ ଦେଇ ଅତିକ୍ରମ କରିଥିଲା। ଏହାର ବେଗ ୨୦୦ କିଲୋମିଟରକୁ ଟପି ଯାଇଥିଲା। ଏହାଦ୍ୱାରା ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କଟକ ଆଦି ଜିଲାରେ ତାଣ୍ଡବ ରଚିଥିଲା। ୧୪ ଜିଲା ଏହା ଦ୍ୱାରା ପ୍ରଭାବିତ ହୋଇଥିଲା। ଏହାପରେ ୨୦୨୦ ମେ’ ୨୦ରେ ଅମ୍ଫନ ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିଥିଲା। ଏହାର ପ୍ରଭାବରେ ୧୦ଟି ଜିଲାର ୪୪.୪୫ ଲକ୍ଷ ଲୋକ ପ୍ରଭାବିତ ହୋଇଥିଲେ। ତେବେ ଚଳିତ ବର୍ଷ ଆଉ ଏକ ବାତ୍ୟା ବଙ୍ଗୋପସାଗରରେ ଦାନା ବାନ୍ଧୁଛି।
ଅନ୍ୟପକ୍ଷରେ ଗତ କିଛିଦିନ ହେବ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପାରଦ ୪୫ ଡିଗ୍ରୀକୁ ଛୁଇଁଲାଣି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୪୫ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଅନ୍ୟ ୨୫ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରହିଥିବା ବେଳେ ୯ ସ୍ଥାନରେ ପାରଦ ୪୩ ଡିଗ୍ରୀ ଏବଂ ୫ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଅନୁଗୋଳରେ ସର୍ବାଧିକ ୪୪.୭ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବାବେଳେ ଦେବଗଡ଼ ୪୪.୬, ତାଳଚେର ୪୪.୫, ବଲାଙ୍ଗୀର ୪୪, ଝାରସୁଗୁଡ଼ା ୪୩.୪, ଟିିଟିଲାଗଡ଼ ୪୩.୮, ସୋନପୁର ୪୩.୬, କଟକ ୪୦.୧, ଭୁବନେଶ୍ୱର ୪୦.୨, କେନ୍ଦୁଝର ୪୨, ସମ୍ବଲପୁର ୪୨.୮, ହୀରାକୁଦ ୪୨.୪, ଭବାନୀପାଟଣା ୪୨.୬, ଫୁଲବାଣୀ ୪୧.୬, ରାୟଗଡ଼ା ୪୧,୨, ଭଦ୍ରକ ୪୧, ଯାଜପୁର ୪୧.୨, ଢେଙ୍କାନାଳ ୪୨.୮, ବରଗଡ଼ ୪୨.୫, ନୂଆପଡ଼ା ୪୧.୫, କେନ୍ଦ୍ରାପଡ଼ା ୪୦.୨, ନୟାଗଡ଼ ୪୧.୫ ଏବଂ ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଶନିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୧ ତାରିଖରୁ ଉପକୂଳ ଓଡ଼ିଶାରେ ପାଗରେ ପରିବର୍ତ୍ତନ ହେବ। ଉତ୍ତର ଓଡ଼ିଶା ଜିଲା, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା ଏବଂ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?