ଇସଲାମାବାଦ୍‌ରେ ହୋଇପାରେ ଆତ୍ମଘାତୀ ଆକ୍ରମଣ: ସତର୍କ କରାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୧୨: ଇସଲାମାବାଦରେ ଥିବା ଆମେରିକୀୟ ଦୂତାବାସ ନିଜ କର୍ମଚାରୀଙ୍କୁ ସହରର ମ୍ୟାରିଅଟ ହୋଟେଲ ପରିଦର୍ଶନ ଉପରେ ପ୍ରତିବନ୍ଧକ ଲଗାଇଛି। ଦୂତାବାସ ଏକ ସୁରକ୍ଷା ଆଲର୍ଟରେ କହିଛି ଯେ, ଛୁଟିଦିନରେ ଇସଲାମାବାଦର ମ୍ୟାରିଅଟ ହୋଟେଲରେ ଅଜ୍ଞାତ ବ୍ୟକ୍ତି ଆମେରିକୀୟଙ୍କ ଉପରେ ଆକ୍ରମଣ କରିବାକୁ ଷଡଯନ୍ତ୍ର କରୁଛନ୍ତି ବୋଲି ଆମେରିକା ସରକାର ଅବଗତ ଅଛନ୍ତି।
ସହରରେ ଘୋଷିତ ରେଡ ଆଲର୍ଟ ଏବଂ ଜନସମାବେଶ ଉପରେ ନିଷେଧାଦେଶ ହେତୁ ଦୂତାବାସ ଏହାର ସମସ୍ତ କର୍ମଚାରୀଙ୍କୁ ଛୁଟିଦିନରେ ଇସଲାମାବାଦକୁ ଅନାବଶ୍ୟକୀୟ ଯାତ୍ରା ଠାରୁ ଦୂରେଇ ରହିବାକୁ ଅନୁରୋଧ କରିଛି। ଇଭେଣ୍ଟ, ପୂଜାପାଠ ସ୍ଥାନଗୁଡିକରେ ସତର୍କତା ଅବଲମ୍ବନ କରିବାକୁ ଏବଂ ବଡ଼ ସମାବେଶରୁ ଦୂରେଇ ରହିବାକୁ ପରାମର୍ଶ ଦେଇଛି।
ସୂଚନାଯୋଗ୍ୟ, ଦୁଇ ଦିନ ପୂର୍ବେ ଇସଲାମାବାଦରେ ଆତ୍ମଘାତୀ ବିସ୍ଫୋରଣରେ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକାର ସମର୍ଥନ

ଓ୍ବାଶିଂଟନ,୧୮ା୪: ଏକବିଂଶ ଶତାବ୍ଦୀର ବିଶ୍ୱର ପ୍ରତିଫଳନ ପାଇଁ ସୁରକ୍ଷା ପରିଷଦ ସମେତ ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକା ସମର୍ଥନ ଜଣାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ...

ଦୁବଇରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଦେଖୁ ଦେଖୁ ଆକାଶ ହୋଇଗଲା ସବୁଜ, ଦେଖନ୍ତୁ ଭିଡିଓ

ଦୁବଇ,୧୮।୪: ଗତ କିଛି ଦିନ ହେବ ଦୁବଇର ପାଗରେ ଅନେକ ପରିବର୍ତ୍ତନ ଦେଖାଯାଉଛି । ଯେଉଁଠାରେ ୭୫ ବର୍ଷ ମଧ୍ୟରେ ପ୍ରବଳ ବର୍ଷା ସହରକୁ ବୁଡ଼ାଇ...

ପ୍ରତିଦିନ ଚୋରି ହେଉଛି ୬ ଲକ୍ଷ ଲିଟର ପାଣି

ମେକ୍ସିକୋ ସିଟି,୧୮।୪: ଚୋରମାନଙ୍କ ଦ୍ୱାରା ଜଳର କଳାବଜାରି ଯୋଗୁଁ ମେକ୍ସିକୋରେ ହ୍ରଦ ଶୁଖିଯାଉଛି। ଚୋରମାନେ ସମଗ୍ର ହ୍ରଦକୁ ନିଷ୍କାସନ କରି ଦିନକୁ ପ୍ରାୟ ୬ଲକ୍ଷ ଲିଟର...

ଭୂକମ୍ପର ଜୋରଦାର ଝଟ୍‌କାରେ ଥରିଲା ଜାପାନ, ୯ ଆହତ, ନାହିଁ ସୁନାମି ଚେତାବନୀ

ଟୋକିଓ,୧୮।୪: ବୁଧବାର ବିଳମ୍ବିତ ରାତିରେ ଦକ୍ଷିଣ-ପଶ୍ଚିମ ଜାପାନରେ ହୋଇଥିବା ଏକ ଶକ୍ତିଶାଳୀ ଭୂକମ୍ପରେ ୯ଜଣ ଆହତ ହୋଇଛନ୍ତି। ଗତକାଲି ଅର୍ଥାତ୍‌ ବୁଧବାର ରାତିରେ ୬.୬ ମ୍ୟାଗ୍ନିଚ୍ୟୁଡର...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରୋକିବା କଷ୍ଟକର’

ଇସଲାମାବାଦ,୧୮।୪: କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ ଭାରତର ଲୋକ ସଭା ନିର୍ବାଚନ ବିଷୟରେ ଆଲୋଚନା ହେଉଛି। ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର...

ଭାରତ ସପକ୍ଷରେ ଯୁକ୍ତି ବାଢିଲେ ଏଲନ ମସ୍କ

ନ୍ୟୁୟର୍କ,୧୮।୪: ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ରେ ସ୍ଥାୟୀ ଆସନ ପାଇଁ ଭାରତର ଦାବି ପ୍ରସଙ୍ଗ ପୁଣି ଉଠିବା ଆରମ୍ଭ କରିଛି। ଟେସଲା ସିଇଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri