ପ୍ରତିଶ୍ରୁତି ପରେ ହେବାକୁ ଥିବା ଆନ୍ଦୋଳନ ସ୍ଥଗିତ

କୁଚିଣ୍ଡା,୧୦ା୮(ଡି.ଏନ.ଏ.): କୁଚିଣ୍ଡା ଉପଖଣ୍ଡରେ ୨୦୨୧ରେ ହୋଇଥିବା ଖରିଫ ଧାନ ଫସଲ ମରୁଡି ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରଦାନରେ କମ୍ପାନୀ ଟାଳଟୁଳ ନୀତି ଅବଲମ୍ବନ କରୁଛି। ଉପଖଣ୍ଡ ଚାଷୀ ସଂଗଠନ ପକ୍ଷରୁ ବାରମ୍ବାର ଦାବି ହୋଇ ଆସୁଥିଲେ ବି ରାଜ୍ୟ ସରକାର ଏ ନେଇ ବୀମା କମ୍ପାନୀ ଉପରେ କୌଣସି ପଦକ୍ଷେପ ନେଉ ନ ଥିବା ସଂଗଠନ ଅଭିଯୋଗ କରିଛି। ଗତ ୩ତାରିଖରେ ଚାଷୀ ସଂଗଠନ ଏକ ବୈଠକ କରି ସରକାରଙ୍କୁ ୭ଦିନ ମଧ୍ୟରେ ବୀମା ରାଶି ପ୍ରଦାନ ପାଇଁ ଚେତାବନୀ ଦେଇଥିଲେ। ଅନ୍ୟଥା ୧୦ତାରିଖରେ ଜମନକିରାଠାରେ ଜାତୀୟ ରାଜପଥ ଅବରୋଧ କରାଯିବାକୁ ସଂଘ ପକ୍ଷରୁ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କୁ ପତ୍ରାଳାପ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ କୁଚିଣ୍ଡା ଉପଜିଲାପାଳ ଆଦିତ୍ୟ ଗୋଏଲ ମଙ୍ଗଳବାର ଚାଷୀ ସଂଗଠନର ପ୍ରତିନିଧିଙ୍କ ସହ ଆଲୋଚନା କରିଛନ୍ତି। ରାଜ୍ୟ ସରକାରଙ୍କ ସମନ୍ବୟ ବିଭାଗ ପତ୍ର ସଂଖ୍ୟା-୭୧୨୪/୬୮୨୨ରେ ଅଧ୍ୟକ୍ଷ ସଚିବ ରିଲାଏନ୍ସ ବୀମା କମ୍ପାନୀ ଜେନେରାଲ ମ୍ୟାନେଜରଙ୍କୁ ରାଜ୍ୟସ୍ତରୀୟ ବୈଷୟିକ କମିଟି ରିପୋର୍ଟ ଆଧାରରେ ତୁରନ୍ତ ଏହାର ସମାଧାନ କରି ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଦେବାକୁ ଚିଠି କରାଯାଇଥିବା ଚାଷୀ ପ୍ରତିନିଧିଙ୍କୁ ଅବଗତ କରି ୨୨ତାରିଖ ପର୍ଯ୍ୟନ୍ତ ସମୟ ମାଗିଛନ୍ତି। ତେଣୁ ପୂର୍ବ ନିଷ୍ପତ୍ତି ଅନୁଯାୟୀ ହେବାକୁ ଥିବା ଆନ୍ଦୋଳନ ସ୍ଥଗିତ କରାଯାଇଥିବା ଚାଷୀ ନେତାମାନେ କହିଛନ୍ତି। ଆଲୋଚନାରେ ସଂଗଠନ ପକ୍ଷରୁ ଚାଷୀ ନେତା ଦୁଷ୍ମନ୍ତ ନାୟକ, ବୀରେନ୍ଦ୍ର ଚୌଧୁରୀ, ଶ୍ରୀକାନ୍ତ ପଟେଲ, କୁଳମଣୀ ପୃଷେଠ, ଜୟନ୍ତ ପ୍ରଧାନ, ହିମାଂଶୁ ମହାପାତ୍ର, ସୁନୀଲ ମୁଦୁଲି, ସୁଦୀପ୍ତ ପଟେଲ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri