ବୁଧବାର ଏହି ଜିଲାର ସମସ୍ତ ସ୍କୁଲ ବନ୍ଦ ଘୋଷଣା, ନିର୍ଦ୍ଦେଶନାମା ଜାରି କଲେ…

ଛତ୍ରପୁର,୩।୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ନଭେମ୍ବର ୪ ତାରିଖ (ବୁଧବାର) ଗଞ୍ଜାମ ଜିଲାର ସମସ୍ତ ବିଦ୍ୟାଳୟ ବନ୍ଦ ରହିବ। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଆଖିଆଗରେ ରଖି ଜିଲା ଶିକ୍ଷା ଅଧିକାରୀ (DEO)ଙ୍କ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି।

ଏହି ନିର୍ଦ୍ଦେଶ ଅନୁସାରେ, ଜିଲାର ପ୍ରାଥମିକଠାରୁ ଆରମ୍ଭ କରି ଉଚ୍ଚ ମାଧ୍ୟମିକ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ସାହାଯ୍ୟପ୍ରାପ୍ତ, ବେସରକାରୀ ଓ ଅନ୍ୟାନ୍ୟ ପରିଚାଳନାଧୀନ ବିଦ୍ୟାଳୟଗୁଡ଼ିକ ବନ୍ଦ ରହିବ। ନିର୍ଦ୍ଦେଶକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ (BEO) ଏବଂ ସ୍କୁଲ ପ୍ରଧାନଶିକ୍ଷକମାନଙ୍କୁ ଅବଗତ କରାଯାଇଛି।

Dharitri – Odisha’s No.1 Odia Daily

Share