ନିର୍ବାଚନ ପରବର୍ତ୍ତୀ ହିଂସା: କାର୍‌ ଜାଳିଦେଲେ ଦୁର୍ବୃତ୍ତ

ଖୋର୍ଦ୍ଧା ଅଫିସ,୪ା୩: ଖୋର୍ଦ୍ଧା ବ୍ଲକ କାଇପଦର ଗ୍ରାମରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି। ବିଜୟୀ ସରପଞ୍ଚଙ୍କ ସମ୍ପର୍କୀୟ ମାନସ ରଞ୍ଜନ ରାଉତରାୟଙ୍କ କାର୍‌ରେ ବୁଧବାର ରାତିରେ କେତେଜଣ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଗ୍ରାମବାସୀଙ୍କଠାରୁ ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏ ନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ମାନସଙ୍କ ଅଭିଯୋଗ ପରେ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ, କାଇପଦର ଗ୍ରାମ ମଙ୍ଗଳାସାହିରେ ବୁଧବାର ରାତିରେ କୌଣସି କାରଣରୁ ଦୁଇ ଗୋଷ୍ଠୀ  ମୁହାଁମୁହିଁ ହୋଇଥିଲେ। ଖବର ପାଇ ସଦର ପୋଲିସ ପହଞ୍ଚି ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ତେବେ ମାନସଙ୍କ କାର୍‌ ଏକ ଫାର୍ମ ହାଉସ୍‌ରେ ରହିଥିଲା। କେତେଜଣ ଦୁର୍ବୃତ୍ତ ତାଙ୍କ କାର୍‌ରେ ନିଆଁ ଲଗାଇ ଦେଇଥିଲେ। ଭୋର୍‌ ସମୟରେ କାର୍‌ ଜଳୁଥିବା ଖବରପାଇ କେତେଜଣ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ପୋଲିସକୁ ଜଣାଇଥିଲେ। ପଞ୍ଚାୟତ ନିର୍ବାଚନରେ ପରାଜୟ ପରେ ପ୍ରତିଶୋଧପରାୟଣ ହୋଇ ବିପକ୍ଷ ଗୋଷ୍ଠୀ ଏଭଳି କାଣ୍ଡ ଘଟାଇଥିବା ମାନସ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ସଦର ଏସ୍‌ଡିପିଓ ସୁଶୀଲ ମିଶ୍ର କହିଛନ୍ତି, ଘଟଣା ସମ୍ପର୍କରେ ତଦନ୍ତ ଚାଲିଛି। ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri