ପରାଜୟ ପରେ ଏଭଳି କାଣ୍ଡ କଲେ ବିଜେଡି ନେତା

କଣ୍ଟାମାଳ/ବାଉଁଶୁଣୀ,୨୧ା୩(ଡି.ଏନ.ଏ.): ବୌଦ୍ଧ ଜିଲା ମନମୁଣ୍ଡା ଥାନା ଶଗଡା ପଞ୍ଚାୟତରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖାଦେଇଛି। ସମର୍ଥକଙ୍କ ସହ ଜଣେ ବିଜେଡି ନେତା ୨ ଜଣଙ୍କୁ ଅପହରଣ ପରେ ମାଡ଼ ମାରିଥିବା ନେଇ ମନମୁଣ୍ଡା ଥାନାରେ ଅଭିଯୋଗ ହୋଇଛି।

ଅଭିଯୋଗ ଅନୁଯାୟୀ, ଶଗଡା ପଞ୍ଚାୟତ ଡୋରସିଂ ଗାଁର ନାରାୟଣ କହଁର ଏବଂ ତାଙ୍କର ଜଣେ ସମ୍ପର୍କୀୟ ବଡଭାଇ ତୁମ୍ବେଶ୍ୱର କହଁର କୌଣସି କାମରେ ମନମୁଣ୍ଡା ଆସି ଘରକୁ ଫେରୁଥିଲେ। ଏହି ସମୟରେ ଶଗଡା ପଞ୍ଚାୟତର ଖଣ୍ଡିକନପା ଗାଁ ମୁଣ୍ଡରୁ ଜିଲା ପରିଷଦ ୪ ନମ୍ବର ଜୋନର ବିଜେଡି ପ୍ରାର୍ଥୀଙ୍କ ସ୍ବାମୀ ବିପିନ ପଧାନ ଏବଂ ତାଙ୍କର ଅନ୍ୟ ୭ ଜଣ ସହଯୋଗୀ ଉଭୟଙ୍କୁ ଅପହରଣ କରି ନିକଟସ୍ଥ ଜଙ୍ଗଲକୁ ନେଇ ଯାଇଥିଲେ। ନିର୍ବାଚନରେ ଭୋଟ ଦେଇ ନ ଥିବାରୁ ଦୁହିଁଙ୍କୁ ପ୍ରବଳ ମାଡ ମାରିବା ସହ ଟଙ୍କା ଲୁଟି ନେଇଥିଲେ। ସ୍ଥାନୀୟ ଲୋକେ ଏହା ଦେଖିବା ପରେ ସେମାନଙ୍କୁ ସନ୍ଧ୍ୟାରେ ଛାଡି ଦେଇଥିଲେ। ଚଳିତ ନିର୍ବାଚନରେ ଜିଲା ପରିଷଦ ଜୋନ ୪ରେ ଭାଜପା ପ୍ରାର୍ଥୀ ବିଜୟ ଲାଭ କରିଥିବାରୁ ବିଜେଡି ପ୍ରାର୍ଥୀଙ୍କ ସ୍ବାମୀ ଏଭଳି କାଣ୍ଡ ଭିଆଇଥିବା ଅଭିଯୋଗ ହୋଇଛି। ଏନେଇ ମନମୁଣ୍ଡା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ ୬୨/୨୨) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ହେଲେ ପୋଲିସ କାହାରିକୁ ଗିରଫ କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣା: ଏକ ଲାଇଭ କାର୍ଯ୍ୟକ୍ରମର ଖବର ସଂଗ୍ରହ ସମୟରେ ଗଣମାଧ୍ୟମର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ୩ ମୃତ ଦେଖନ୍ତୁ ଭିଡ଼ିଓ

ଲସ ଆଞ୍ଜେଲସ,୧୬।୯: ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। କାଲିଫର୍ନିଆର ଲସ ଆଞ୍ଜେଲସରେ ଏକ ମିଡିଆ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଚାଟ୍ସୱର୍ଥ (Chatsworth) ଅଞ୍ଚଳରେ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?