ପରାଜୟ ପରେ ଏଭଳି କାଣ୍ଡ କଲେ ବିଜେଡି ନେତା

କଣ୍ଟାମାଳ/ବାଉଁଶୁଣୀ,୨୧ା୩(ଡି.ଏନ.ଏ.): ବୌଦ୍ଧ ଜିଲା ମନମୁଣ୍ଡା ଥାନା ଶଗଡା ପଞ୍ଚାୟତରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖାଦେଇଛି। ସମର୍ଥକଙ୍କ ସହ ଜଣେ ବିଜେଡି ନେତା ୨ ଜଣଙ୍କୁ ଅପହରଣ ପରେ ମାଡ଼ ମାରିଥିବା ନେଇ ମନମୁଣ୍ଡା ଥାନାରେ ଅଭିଯୋଗ ହୋଇଛି।

ଅଭିଯୋଗ ଅନୁଯାୟୀ, ଶଗଡା ପଞ୍ଚାୟତ ଡୋରସିଂ ଗାଁର ନାରାୟଣ କହଁର ଏବଂ ତାଙ୍କର ଜଣେ ସମ୍ପର୍କୀୟ ବଡଭାଇ ତୁମ୍ବେଶ୍ୱର କହଁର କୌଣସି କାମରେ ମନମୁଣ୍ଡା ଆସି ଘରକୁ ଫେରୁଥିଲେ। ଏହି ସମୟରେ ଶଗଡା ପଞ୍ଚାୟତର ଖଣ୍ଡିକନପା ଗାଁ ମୁଣ୍ଡରୁ ଜିଲା ପରିଷଦ ୪ ନମ୍ବର ଜୋନର ବିଜେଡି ପ୍ରାର୍ଥୀଙ୍କ ସ୍ବାମୀ ବିପିନ ପଧାନ ଏବଂ ତାଙ୍କର ଅନ୍ୟ ୭ ଜଣ ସହଯୋଗୀ ଉଭୟଙ୍କୁ ଅପହରଣ କରି ନିକଟସ୍ଥ ଜଙ୍ଗଲକୁ ନେଇ ଯାଇଥିଲେ। ନିର୍ବାଚନରେ ଭୋଟ ଦେଇ ନ ଥିବାରୁ ଦୁହିଁଙ୍କୁ ପ୍ରବଳ ମାଡ ମାରିବା ସହ ଟଙ୍କା ଲୁଟି ନେଇଥିଲେ। ସ୍ଥାନୀୟ ଲୋକେ ଏହା ଦେଖିବା ପରେ ସେମାନଙ୍କୁ ସନ୍ଧ୍ୟାରେ ଛାଡି ଦେଇଥିଲେ। ଚଳିତ ନିର୍ବାଚନରେ ଜିଲା ପରିଷଦ ଜୋନ ୪ରେ ଭାଜପା ପ୍ରାର୍ଥୀ ବିଜୟ ଲାଭ କରିଥିବାରୁ ବିଜେଡି ପ୍ରାର୍ଥୀଙ୍କ ସ୍ବାମୀ ଏଭଳି କାଣ୍ଡ ଭିଆଇଥିବା ଅଭିଯୋଗ ହୋଇଛି। ଏନେଇ ମନମୁଣ୍ଡା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ ୬୨/୨୨) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ହେଲେ ପୋଲିସ କାହାରିକୁ ଗିରଫ କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୯ା୩ (କାର୍ତ୍ତିକ ସାହୁ):ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri