ଆଳି ସଂସିଧାରେ ନିର୍ବାଚନ ପରବର୍ତ୍ତୀ ହିଂସା

ଆଳି,୩ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଗତ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ମତଦାନ ଶେଷ ହୋଇଥିଲା। ହେଲେ ରବିବାର ଆଳି ଥାନା ଅନ୍ତର୍ଗତ ସଂସିଧା ଠାକୁରପାଟଣା ଗ୍ରାମରେ ନିର୍ବାଚନ ପରବର୍ତ୍ତୀ ହିଂସା ଗୁରୁତର ରୂପ ନେଇଛି। ଗୋଟିଏ ପରିବାର ଏକ ନିର୍ଦ୍ଧିଷ୍ଟ ରାଜନୈତିକ ଦଳକୁ ଭୋଟ ଦେବାରୁ ପଡୋଶୀ ସେହି ପରିବାର ସଦସ୍ୟଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ଆଳି ଥାନାରେ ଅଭିଯୋଗ ହୋଇଛି। ଅପରପକ୍ଷେ ଏହି ଘଟଣା ରାଜନୈତିକ ବିବାଦ ନୁହେଁ ଏହା ପାରିବାରିକ ଶତ୍ରୁତାରୁ ହୋଇଥିବା ଅନ୍ୟ ଏକ ଅଭିଯୋଗ ଆଳି ଥାନାରେ ହୋଇଛି। ଏହି ଘଟଣାରେ ୭ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ଅଛି ।
ଆଳି ଥାନାରେ ପ୍ରଫୁଲ୍ଲ ପାଣ୍ଡବ କରିଥିବା ଅଭିଯୋଗ ଅନୁଯାୟୀ, ଗତ ଶନିବାର ସେ ଓ ତାଙ୍କ ପରିବାର ସଦସ୍ୟମାନେ ଏକ ରାଜନୈତିକ ଦଳକୁ ଭୋଟ ଦେବାରୁ ଅନ୍ୟ ଦଳ ସହିତ ଜଡିତ ଥିବା ତାଙ୍କ ପଡ଼ୋଶୀ ଅଲେଖ ପାଣ୍ଡବ ଓ ତାଙ୍କ ପୁଅ ମିହିର ପାଣ୍ଡବ ଉତ୍ତ୍ୟକ୍ତ ହୋଇ ମୋ ପୁଅ ଜିତେନ୍ଦ୍ରଙ୍କ ସହିତ ଯୁକ୍ତିତର୍କ କରିଥିଲେ। ଏହି ସମୟରେ ମୁଁ ଶୌଚ ହୋଇ ଆସୁଥିଲି। ଉଭୟଙ୍କୁ ବୁଝାଶୁଝା କରିଥିଲି। ହେଲେ ମିହିର ଓ ଅଲେଖ ମିଳିତ ଭାବେ ମୋ ମୁଣ୍ଡକୁ ଏକ ଲୁହା ରଡ଼ରେ ଆକ୍ରମଣ କରିଥିଲେ। କେବଳ ସେତିକିରେ ସେମାନେ ଶାନ୍ତ ପଡି ନ ଥିଲେ। ସେମାନେ ମୋ ସ୍ତ୍ରୀ ବୈଦେୟୀବାଳା(୬୫), ପୁଅ ଜିତେନ୍ଦ୍ର (୪୫), ବୋହୂ ରଶ୍ମିତା (୩୮) ଓ ନାତି ଅଭିମନ୍ୟୁ(୧୪)ଙ୍କୁ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ପ୍ରଫୁଲ୍ଲ ଓ ଜିତେନ୍ଦ୍ରଙ୍କ ମୁଣ୍ଡରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଉଭୟଙ୍କୁ କେନ୍ଦ୍ରାପଡ଼ା ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି। ଅପରପକ୍ଷେ ପ୍ରଫୁଲ୍ଲ ଓ ତାଙ୍କ ପୁଅ ଜିତେନ୍ଦ୍ରଙ୍କ ଆକ୍ରମଣରେ ଅଲେଖ ଓ ତାଙ୍କ ପୁଅ ମିହିର ଆହତ ହୋଇଥିବା ଅଭିଯୋଗ କରିଛନ୍ତି ପଡ଼ୋଶୀ ପରିବାର। ଏହି ଘଟଣା ଜମିଜମା ଓ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ହୋଇଥିବା ଅଲେଖ କହିଛନ୍ତି। ଏ ସଂକ୍ରାନ୍ତରେ ପୋଲିସ ପୃଥକ୍‌ ପୃଥକ୍‌ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri