ଆଳି ସଂସିଧାରେ ନିର୍ବାଚନ ପରବର୍ତ୍ତୀ ହିଂସା

ଆଳି,୩ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଗତ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ମତଦାନ ଶେଷ ହୋଇଥିଲା। ହେଲେ ରବିବାର ଆଳି ଥାନା ଅନ୍ତର୍ଗତ ସଂସିଧା ଠାକୁରପାଟଣା ଗ୍ରାମରେ ନିର୍ବାଚନ ପରବର୍ତ୍ତୀ ହିଂସା ଗୁରୁତର ରୂପ ନେଇଛି। ଗୋଟିଏ ପରିବାର ଏକ ନିର୍ଦ୍ଧିଷ୍ଟ ରାଜନୈତିକ ଦଳକୁ ଭୋଟ ଦେବାରୁ ପଡୋଶୀ ସେହି ପରିବାର ସଦସ୍ୟଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ଆଳି ଥାନାରେ ଅଭିଯୋଗ ହୋଇଛି। ଅପରପକ୍ଷେ ଏହି ଘଟଣା ରାଜନୈତିକ ବିବାଦ ନୁହେଁ ଏହା ପାରିବାରିକ ଶତ୍ରୁତାରୁ ହୋଇଥିବା ଅନ୍ୟ ଏକ ଅଭିଯୋଗ ଆଳି ଥାନାରେ ହୋଇଛି। ଏହି ଘଟଣାରେ ୭ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ଅଛି ।
ଆଳି ଥାନାରେ ପ୍ରଫୁଲ୍ଲ ପାଣ୍ଡବ କରିଥିବା ଅଭିଯୋଗ ଅନୁଯାୟୀ, ଗତ ଶନିବାର ସେ ଓ ତାଙ୍କ ପରିବାର ସଦସ୍ୟମାନେ ଏକ ରାଜନୈତିକ ଦଳକୁ ଭୋଟ ଦେବାରୁ ଅନ୍ୟ ଦଳ ସହିତ ଜଡିତ ଥିବା ତାଙ୍କ ପଡ଼ୋଶୀ ଅଲେଖ ପାଣ୍ଡବ ଓ ତାଙ୍କ ପୁଅ ମିହିର ପାଣ୍ଡବ ଉତ୍ତ୍ୟକ୍ତ ହୋଇ ମୋ ପୁଅ ଜିତେନ୍ଦ୍ରଙ୍କ ସହିତ ଯୁକ୍ତିତର୍କ କରିଥିଲେ। ଏହି ସମୟରେ ମୁଁ ଶୌଚ ହୋଇ ଆସୁଥିଲି। ଉଭୟଙ୍କୁ ବୁଝାଶୁଝା କରିଥିଲି। ହେଲେ ମିହିର ଓ ଅଲେଖ ମିଳିତ ଭାବେ ମୋ ମୁଣ୍ଡକୁ ଏକ ଲୁହା ରଡ଼ରେ ଆକ୍ରମଣ କରିଥିଲେ। କେବଳ ସେତିକିରେ ସେମାନେ ଶାନ୍ତ ପଡି ନ ଥିଲେ। ସେମାନେ ମୋ ସ୍ତ୍ରୀ ବୈଦେୟୀବାଳା(୬୫), ପୁଅ ଜିତେନ୍ଦ୍ର (୪୫), ବୋହୂ ରଶ୍ମିତା (୩୮) ଓ ନାତି ଅଭିମନ୍ୟୁ(୧୪)ଙ୍କୁ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ପ୍ରଫୁଲ୍ଲ ଓ ଜିତେନ୍ଦ୍ରଙ୍କ ମୁଣ୍ଡରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଉଭୟଙ୍କୁ କେନ୍ଦ୍ରାପଡ଼ା ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି। ଅପରପକ୍ଷେ ପ୍ରଫୁଲ୍ଲ ଓ ତାଙ୍କ ପୁଅ ଜିତେନ୍ଦ୍ରଙ୍କ ଆକ୍ରମଣରେ ଅଲେଖ ଓ ତାଙ୍କ ପୁଅ ମିହିର ଆହତ ହୋଇଥିବା ଅଭିଯୋଗ କରିଛନ୍ତି ପଡ଼ୋଶୀ ପରିବାର। ଏହି ଘଟଣା ଜମିଜମା ଓ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ହୋଇଥିବା ଅଲେଖ କହିଛନ୍ତି। ଏ ସଂକ୍ରାନ୍ତରେ ପୋଲିସ ପୃଥକ୍‌ ପୃଥକ୍‌ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri