କେନ୍ଦୁପଦରରେ ନିର୍ବାଚନ ପରବର୍ତ୍ତୀ ହିଂସା

ଆସିକା,୧୪ା୩ (ଡି.ଏନ.ଏ): ଆସିକା ବ୍ଲକର ଗାଙ୍ଗପୁର ଥାନା ଅନ୍ତର୍ଗତ କେନ୍ଦୁପଦର ଗ୍ରାମରେ ଶନିବାର ରାତିରେ ନିର୍ବାଚନ ପରବର୍ତ୍ତି ହିଂସା ଦେଖାଦେଇଛି ା ଗୋଟିଏ ଗୋଷ୍ଠୀର ଆକ୍ରମଣରେ ଅପର ଗୋଷ୍ଠୀର ଜଣକର ମୃତ୍ୟୁ ଘଟିଥିଲା ବେଳେ ଅନ୍ୟ ୩ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ସେହି ଗ୍ରାମର ବୁଲୁ ସ୍ବାଇଁ। ଆହତମାନେ ବଳରାମ ପୋଲାଇ, ଦୁର୍ଗାପ୍ରସାଦ ପାଣିଗ୍ରାହୀ ଓ ଅବିନାଶ ବରାଡ। ସମସ୍ତ ଆହତଙ୍କୁ ଆସିକା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ବୁଲୁଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ଅବିନାସଙ୍କୁ ବ୍ରହ୍ମପୁର ବଡମେଡିକାଲକୁ ପଠାଯାଇଛି। ଏହି ଘଟଣା ପରେ କେନ୍ଦୁପଦର ଗ୍ରାମରେ ପ୍ରବଳ ଉତ୍ତେଜନା ଦେଖାଯାଇଥିଲା। ମୃତ ଓ ଆହତଙ୍କ ସହ ସେମାନଙ୍କ ସମର୍ଥକଙ୍କ ବହୁ ବାଇକ ମଧ୍ୟ ଭଙ୍ଗାରୁଜା ହୋଇଛି ା ଖବର ପାଇ ଭଞ୍ଜନଗର ଏସ୍‌ଡିପିଓ ଶୁଭ୍ରାଶୁଂ ଶେଖର ମିଶ୍ର, ଆସିକା ଏସ୍‌ଡିପିଓ ଉମାଶଙ୍କର ସିଂ, ଗାଙ୍ଗପୁର ଅଧିକାରୀ ଦେବ କୁମାର ଗମାଙ୍ଗ, ଆସିକା ଥାନାଧିକାରୀ ପ୍ରଶାନ୍ତ କୁମାର ସାହୁ, ସଶସ୍ତ୍ର ପୋଲିସ ସହ ସଂପୃକ୍ତ ଗ୍ରାମରେ ପହଞ୍ଚତ୍ ପରିସ୍ଥିତି ନିୟନ୍ତ୍ରଣ କରିଥିଲେ ା ଏ ନେଇ ନବୀନ ପଣ୍ଡାଙ୍କ ଅଭିଯୋଗ କ୍ରମେ ପୋଲିସ ନଂ.୧୦୧/୨୨ରେ ମାମଲା ରୁଜୁ କରିଥିବା ବେଳେ ଅନ୍ୟଗୋଷ୍ଠୀର ଦିବ୍ୟଲତା ସ୍ବାଇଁଙ୍କ ଏତଲାକୁ ଭିତ୍ତି କରି ୧୦୨/୨୨ରେ ମାମଲା ରୁଜୁ ହୋଇଛି। ସମ୍ଭାବ୍ୟ ଅଶାନ୍ତି ଆଶଙ୍କାରେ ସେହି ଗ୍ରାମରେ ୨ ସେକ୍ସନ ପୋଲିସ ମୁତୟନ କରାଯାଇଛି। ଏହି ଘଟଣାରେ ପୋଲିସ ୨୦ରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି। ରବିବାର ଗଞ୍ଜାମ ଜିଲା ଅତିରିକ୍ତ ଏସ୍‌ପି. ବିଜୟ ମଲ୍ଲିକ ଗାଙ୍ଗପୁର ଥାନାରେ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରିଥିଲେ। ପଞ୍ଚାୟତ ନିର୍ବାଚନକୁ କେନ୍ଦ୍ର କରି ୨ ପ୍ରତିପକ୍ଷ ଗୋଷ୍ଠୀ ମଧ୍ୟରେ ଲାଗି ରହିଥିବା ତୀବ୍ର ଉତ୍ତେଜନାର ପରିଣତି ବୋଲି କୁହାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri