ନିର୍ବାଚନ ପରବର୍ତ୍ତୀ ହିଂସା ବଢୁଛି: ସାଧାରଣରେ ଉଦ୍‌ବେଗ

ହିଞ୍ଜିଳିକାଟୁ,୧୯ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକର ବିଭିନ୍ନ ପଞ୍ଚାୟତରେ ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ବଢୁଛି। ବ୍ଲକରେ ଗତ ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ସରିଛି। ଶୁକ୍ରବାର ଦୟାପଲ୍ଲୀ ପଞ୍ଚାୟତର ପୂର୍ବତନ ସରପଞ୍ଚ ବି. ଆପେୟା ରାଜନୈତିକ ଆକ୍ରମଣ ଶିକାର ହୋଇଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ ହିଞ୍ଜିଳି ଥାନାରେ କେସ୍‌ ନଂ. ୮୮/୨୨ରେ ମାମଲା ରୁଜୁ ହୋଇଛି। ପୋଲିସ ସେହି ଗ୍ରାମର ଭାଣ୍ଡି ଦାମୋଦରଙ୍କୁ ଗିରଫ କରିଛି।

ସେହିପରି ରାଳବ ପଞ୍ଚାୟତ ଆଲପୁର ଗ୍ରାମରେ ହରିହର ପୋଲାଇଙ୍କୁ ବିପକ୍ଷ ଗୋଷ୍ଠୀ ପକ୍ଷରୁ ଆକ୍ରମଣ ନେଇ ଥାନାରେ ଅଭିଯୋଗ ହୋଇଛି। କେସ୍‌ ନଂ ୮୯/୨୨ରେ ଏକ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଛି। ଅନ୍ୟପକ୍ଷରେ ହିଞ୍ଜିଳିକାଟୁର ଗଣ୍ଡଳା ପଞ୍ଚାୟତରେ ନିର୍ଦ୍ଦିଷ୍ଟ ପ୍ରାର୍ଥୀଙ୍କୁ ଭୋଟ୍‌ ଦେବା ପାଇଁ ବାଧ୍ୟ କରିବା ଓ ଭୋଟର ମନା କରିବା ଅଭିଯୋଗ ଥାନାରେ ହୋଇଛି। ଗ୍ରାମର ଅର୍ଜୁନ ସେଠୀଙ୍କୁ ୨ ଜଣ ଯୁବକ ଏଥିନେଇ ଗାଳିଗୁଲଜ କରିବା ସହ ହତ୍ୟା ଧମକ ଦେଇଥିବା ଅର୍ଜୁନ ଥାନାରେ ଅଭିଯୋଗ କରିଛନ୍ତି। କେସ୍‌ ନଂ ୯୦/୨୨ରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି ।
ଏଥିସହ ଅନ୍ୟ କିଛି ପଞ୍ଚାୟତରେ ମଧ୍ୟ ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ଘଟୁଛି। ଆସନ୍ତା ୨୬ରୁ ୨୮ ମଧ୍ୟରେ ଭୋଟ ଗଣତି ଓ ଫଳାଫଳ ପ୍ରକାଶ ପାଇବ। ତେଣୁ ନିର୍ବାଚନ ପରବର୍ତ୍ତୀ ହିଂସା ନେଇ ବିଭିନ୍ନ ସ୍ଥାନରେ ଉଦ୍‌ବେଗ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?