Posted inଜାତୀୟ

ନିର୍ବାଚନ ପରବର୍ତ୍ତୀ ହିଂସା, ସିବିଆଇ-ଏସ୍‌ଆଇଟିକୁ ରିପୋର୍ଟ ଦାଖଲ ନିର୍ଦ୍ଦେଶ…

କୋଲକାତା,୮।୧୧: ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସା ମାମଲାରେ ହାଇକୋର୍ଟ କଠୋର ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ନୂତନ ତଦନ୍ତ ରିପୋର୍ଟ ଦାଖଲ କରିବାକୁ କୋଲକାତା ହାଇକୋର୍ଟ ଉଭୟ ସିବିଆଇ ଏବଂ ଏସଆଇଟିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୨୩ରେ ହେବ। ସିବିଆଇ ଏବଂ ଏସଆଇଟିକୁ ସେହି ଦିନ ହିଂସା ମାମଲାରେ ଏକ ନୂତନ ତଦନ୍ତ ରିପୋର୍ଟ ଦାଖଲ କରିବେ।

ସିବିଆଇ ଏବଂ ଏସଆଇଟି ଟିମ ପଶ୍ଚିମବଙ୍ଗ ନିର୍ବାଚନ ପରବର୍ତ୍ତୀ ହିଂସା ସମ୍ପର୍କରେ ଅକ୍ଟୋବର ୪ ରେ କୋଲକାତା ହାଇକୋର୍ଟରେ ଏକ ରିପୋର୍ଟ ଦାଖଲ କରିଥିଲେ। କିନ୍ତୁ ସୋମବାର ଏହି ମାମଲାର ଶୁଣାଣି ପରେ କଲିକତା ହାଇକୋର୍ଟର ମୁଖ୍ୟ ବିଚାରପତି ପ୍ରକାଶ ଶ୍ରୀବାସ୍ତବ ଏବଂ ଆଇପି ମୁଖାର୍ଜୀଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ମାମଲାରେ ଏକ ନୂତନ ତଦନ୍ତ ରିପୋର୍ଟ ଦାଖଲ କରିବାକୁ କହିଛନ୍ତି।

ନିର୍ବାଚନ ପରେ ହିଂସା ଯୋଗୁଁ ଗୃହହୀନ ହୋଇପଡିଥିବା ଲୋକଙ୍କ ବିଷୟରେ କଲିକତା ହାଇକୋର୍ଟ ଆଡଭୋକେଟ ଜେନେରାଲଙ୍କଠାରୁ ଏକ ରିପୋର୍ଟ ଲୋଡିଛନ୍ତି। ଅପରପକ୍ଷରେ ସିବିଆଇ ପକ୍ଷରୁ କୋର୍ଟଙ୍କୁ ସୂଚନା ଦିଆଯାଇଛି ଯେ ଏପର୍ଯ୍ୟନ୍ତ ୪୦ ଟି ଏଫଆଇଆର୍‌ ପଞ୍ଜିକୃତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?