ଏଏସ୍‌ବିଏମ୍‌ରେ ଗବେଷଣାତ୍ମକ ସ୍ନାତକ ପାଠ୍ୟକ୍ରମ

ଭୁବନେଶ୍ୱର,୧୯।୪: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଏଏସ୍‌ବିଏମ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚଳିତ ଶିକ୍ଷାବର୍ଷ (୨୦୨୩-୨୪ ବର୍ଷ) ଠାରୁ ନୂତନ ଶିକ୍ଷା ତଥା ଗବେଷଣାତ୍ମକ ସ୍ନାତକ ପାଠ୍ୟକ୍ରମର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ରାଜ୍ୟର ପ୍ରଥମ ଘରୋଇ ବିଶ୍ୱବିଦ୍ୟାଳୟ ଭାବେ ଜାତୀୟ ଶିକ୍ଷାନୀତି-୨୦୨୦ର କ୍ରେଡିଟ୍‌ ଫ୍ରେମ୍‌ୱାର୍କ ଅନୁସାରେ ଏକ ୪ ବର୍ଷିଆ ଗବେଷଣାମତ୍କ ସ୍ନାତକ ପାଠ୍ୟକ୍ରମ ପ୍ରଚଳନ କରିଛି। ସେହିଭଳି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦ୍ୱାରା ପ୍ରସ୍ତୁତ ନୂତନ ଶିକ୍ଷାନୀତି-୨୦୨୦ ଆଧାରରେ ଛାତ୍ରୀଛାତ୍ରମାନଙ୍କର ବୃହତ୍ତର ସ୍ବାର୍ଥକୁ ଗୁରୁତ୍ୱ ପ୍ରଦାନ କରି ସ୍ନାତକ ଶ୍ରେଣୀମାନଙ୍କ ପାଇଁ ନିକଟରେ ଆୟୋଗ ନୂତନ ଭାବେ ୪ବର୍ଷିଆ ପାଠ୍ୟକ୍ରମ ଓ କ୍ରେଡିଟ୍‌ ଫ୍ରେମ୍‌ ୱାର୍କ ପ୍ରସ୍ତୁତ କରିଛନ୍ତି। ଏଏସ୍‌ବିଏମ୍‌ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ତଥା କୁଳାଧ୍ୟକ୍ଷ ପ୍ରଫେସର୍‌ ଡ. ବିଶ୍ୱଜିତ୍‌ ପଟ୍ଟନାୟକ କହିଛନ୍ତି, ୟୁଜିସିର ଏହି ଉଦ୍ୟମ ଓ ପାଠ୍ୟକ୍ରମକୁ ପ୍ରଶଂସା କରିବା ସହ ରାଜ୍ୟରେ ସର୍ବପ୍ରଥମେ ଏଏସ୍‌ବିଏମ୍‌ ବିଶ୍ୱବିଦ୍ୟାଳୟ ଏହି ୪ବର୍ଷିଆ ପାଠ୍ୟକ୍ରମକୁ ତା’ର ସ୍ନାତକ ଶ୍ରେଣୀର ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଇଛି। ଏପରିକି ରାଜ୍ୟର ବହୁ ଶିକ୍ଷାବିତ୍‌ ଓ ବୁଦ୍ଧିଜୀବୀଙ୍କ ଦ୍ୱାରା ଏହା ବେଶ୍‌ ଉଚ୍ଚ ପ୍ରଶଂସିତ ହୋଇଛି ା ଏହି ନୂତନ ବ୍ୟବସ୍ଥା ଫଳରେ ବିବିଏ, ବି.କମ୍‌, ବିବିଏ-ଇ କମର୍ସ, ବିଏ-ଅର୍ଥଶାସ୍ତ୍ର, ବିଏ-ଇଂରାଜୀ, ବିଏ- ସାଇକୋଲୋଜି, ବିଏ-କମ୍ୟୁନିକେଶନ ଓ ମିଡିଆ, ବିସିଏ, ବିଏସ୍‌ସି-ଆଟିଏମ୍‌, ବିଏସ୍‌ସି-କମ୍ପ୍ୟୁଟର୍‌ ସାଇନ୍ସରେ ୨୦୨୩-୨୪ ଶିକ୍ଷାବର୍ଷଠାରୁ ଏଏସ୍‌ବିଏମ୍‌ ବିଶ୍ୱବିଦ୍ୟାଳୟରେ ପ୍ରବେଶ କରୁଥିବା ଛାତ୍ରୀଛାତ୍ରମାନେ ଲାଭ ପାଇପାରିବେ ା

 


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri