ବିଦ୍ୟାଳୟର ଓ୍ବାଚ୍‌ମ୍ୟାନ, ସୁଇପର ପଦ ପାଇଁ ନିର୍ଦ୍ଦିଷ୍ଟ ଗୋଷ୍ଠୀକୁ ଦାୟିତ୍ୱ: ଧାରଣାରେ ବସିଲେ ସ୍ବୟଂ ସହାୟକ ଗୋଷ୍ଠୀ ମହିଳା

ପାଟଣା,୧୬ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ କୁଣ୍ଡଳା ପଞ୍ଚାୟତ କୁଣ୍ଡୁଳାସ୍ଥିତ ମିରିଗିଖୋଜି କୁଣ୍ଡୁଳା ହାଇସ୍କୁଲ ଫାଟକରେ ଗୁରୁବାର ୧୨ଟି ସ୍ବୟଂ ସାହାୟକ ଗୋଷ୍ଠୀର ଶତାଧିକ ମହିଳା ବିଦ୍ୟାଳୟରେ ସୁଇପର ଓ ଓ୍ବାଚ୍‌ମ୍ୟାନ ନିଯୁକ୍ତି ଦାବିରେ ଫାଟକରେ ତାଲା ଦେଇ ଧାରଣାରେ ବସିଛନ୍ତି। ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାଙ୍କ ଅଭିଯୋଗ ଅନୁଯାୟୀ, ବିଦ୍ୟାଳୟ ୫-ଟିରେ ରୁପାନ୍ତରିତ ହେବା ପରେ ପୂର୍ବରୁ ପ୍ରାଥମିକ ବିଦ୍ୟାଳୟରେ ରୋଷେଇ କରୁଥିବା ନିର୍ଦ୍ଦିଷ୍ଟ ଗୋଷ୍ଠୀଙ୍କୁ ପୁନର୍ବାର ଓ୍ବାଚ୍‌ମ୍ୟାନ, ସୁଇପର ପାଇଁ ନିଯୁକ୍ତି ଦେବାକୁ ଉପସ୍ଥିତ ମହିଳାମାନେ ବିରୋଧ କରିଛନ୍ତି। ଯାହାକୁ ନେଇ ୧୨ଟି ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାମାନେ ଏଥି ପୂର୍ବରୁ ସାହାରପଡ଼ା ବିଡିଓ ବିଜୟ କୁମାର ନାୟକ, ସିଡିପିଓ ଦୀପ୍ତିମୟୀ ନାୟକ ଓ ଜିଲାପାଳ ଆଶିଷ ଠାକରେଙ୍କୁ ଦାବିପତ୍ର ପ୍ରତିବାଦ କରିଛନ୍ତି। ଦାବି ପୂରଣ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିବେ ବୋଲି ମହିଳାମାନେ ଚେତାବନୀ ଦେଇଛନ୍ତି l ତେବେ ନବମ ଓ ଦଶମ ଶ୍ରେଣୀର ଏଫ୍‌ ଫୋର୍‌ ପରୀକ୍ଷା ଥିବାରୁ ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ତାରା ଚାନ୍ଦ ମହାନ୍ତ ଅନୁରୋଧ କରିବାରୁ ସାନ ଫାଟକଟିକୁ ମହିଳାମାନେ ଖୋଲି ଦେଇ ମୁଖ୍ୟ ଫାଟକ ସମ୍ମୁଖରେ ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଳରେ ବୁଡ଼ି ଶିଶୁପୁତ୍ରର ଜୀବନ ଗଲା

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ଶୁଆକାଟି ମୁଣ୍ତାସାହିର ଲିଟୁ ମୁଣ୍ତାଙ୍କ ଏକମାତ୍ର ପୁଅ ବାଦଲ(୪)ର ନାଳରେ ବୁଡ଼ି ମୃତ୍ୟୁ ହୋଇଛି। ଶନିବାର...

ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ

କୋରାପୁଟ/ନାରାୟଣପାଟଣା,୨୦ା୪(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକର ଡିମିଟିଗୁଡ଼ାରେ ଶନିବାର ଅପରାହ୍ନରେ ବଜ୍ରପାତ ଘଟି ଗ୍ରାମର ଜଣଙ୍କର ମୃତ୍ୟୁ ହୋଇଥିବା ପୋଲିସ ସୂତ୍ରରୁ ଜଣାଯାଇଛି।...

ଭୋଟ୍‌ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ

ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’  ୨୦ରେ ଏଠାରେ ନିର୍ବାଚନ...

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri