ବିଦ୍ୟାଳୟର ଓ୍ବାଚ୍‌ମ୍ୟାନ, ସୁଇପର ପଦ ପାଇଁ ନିର୍ଦ୍ଦିଷ୍ଟ ଗୋଷ୍ଠୀକୁ ଦାୟିତ୍ୱ: ଧାରଣାରେ ବସିଲେ ସ୍ବୟଂ ସହାୟକ ଗୋଷ୍ଠୀ ମହିଳା

ପାଟଣା,୧୬ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ କୁଣ୍ଡଳା ପଞ୍ଚାୟତ କୁଣ୍ଡୁଳାସ୍ଥିତ ମିରିଗିଖୋଜି କୁଣ୍ଡୁଳା ହାଇସ୍କୁଲ ଫାଟକରେ ଗୁରୁବାର ୧୨ଟି ସ୍ବୟଂ ସାହାୟକ ଗୋଷ୍ଠୀର ଶତାଧିକ ମହିଳା ବିଦ୍ୟାଳୟରେ ସୁଇପର ଓ ଓ୍ବାଚ୍‌ମ୍ୟାନ ନିଯୁକ୍ତି ଦାବିରେ ଫାଟକରେ ତାଲା ଦେଇ ଧାରଣାରେ ବସିଛନ୍ତି। ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାଙ୍କ ଅଭିଯୋଗ ଅନୁଯାୟୀ, ବିଦ୍ୟାଳୟ ୫-ଟିରେ ରୁପାନ୍ତରିତ ହେବା ପରେ ପୂର୍ବରୁ ପ୍ରାଥମିକ ବିଦ୍ୟାଳୟରେ ରୋଷେଇ କରୁଥିବା ନିର୍ଦ୍ଦିଷ୍ଟ ଗୋଷ୍ଠୀଙ୍କୁ ପୁନର୍ବାର ଓ୍ବାଚ୍‌ମ୍ୟାନ, ସୁଇପର ପାଇଁ ନିଯୁକ୍ତି ଦେବାକୁ ଉପସ୍ଥିତ ମହିଳାମାନେ ବିରୋଧ କରିଛନ୍ତି। ଯାହାକୁ ନେଇ ୧୨ଟି ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାମାନେ ଏଥି ପୂର୍ବରୁ ସାହାରପଡ଼ା ବିଡିଓ ବିଜୟ କୁମାର ନାୟକ, ସିଡିପିଓ ଦୀପ୍ତିମୟୀ ନାୟକ ଓ ଜିଲାପାଳ ଆଶିଷ ଠାକରେଙ୍କୁ ଦାବିପତ୍ର ପ୍ରତିବାଦ କରିଛନ୍ତି। ଦାବି ପୂରଣ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିବେ ବୋଲି ମହିଳାମାନେ ଚେତାବନୀ ଦେଇଛନ୍ତି l ତେବେ ନବମ ଓ ଦଶମ ଶ୍ରେଣୀର ଏଫ୍‌ ଫୋର୍‌ ପରୀକ୍ଷା ଥିବାରୁ ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ତାରା ଚାନ୍ଦ ମହାନ୍ତ ଅନୁରୋଧ କରିବାରୁ ସାନ ଫାଟକଟିକୁ ମହିଳାମାନେ ଖୋଲି ଦେଇ ମୁଖ୍ୟ ଫାଟକ ସମ୍ମୁଖରେ ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri