ପୁରୁଷୋତ୍ତମପୁର,୨୬।୧(ସବିତା ମିଶ୍ର):ସାରାଦେଶର ପୁରପଲ୍ଲୀରେ ପବିତ୍ର ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳନ ହେଉଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରହିଥିବା ପୋଷ୍ଟ ଅଫିସ, ଇଣ୍ଡିଆନ ଓଭରସିଜ୍ ବ୍ୟାଙ୍କରେ ପତାକା ଉତ୍ତୋଳନ ହୋଇ ନ ଥିବା ଦେଖିବାକୁ ମିଳିଛି । ଏଭଳି ପବିତ୍ର ଦିବସକୁ ଏଠିକାର ଅଧିକାରୀ ଓ କର୍ମଚାରୀମାନେ ଭୁଲିଯାଇଛନ୍ତି ବୋଲି ଅଭିଯୋଗ ହୋଇଛି। ଏହା ଅତ୍ୟନ୍ତ ଲଜ୍ଜାଜନକ ଘଟଣା ବୋଲି ଚର୍ଚ୍ଚା ହେଉଛି।

