ଅବ୍ୟବସ୍ଥା ଘେରରେ ପୋଷ୍ଟ ଅଫିସ୍‌: ପ୍ରଚଣ୍ଡ ଖରାରେ ଘଣ୍ଟା ଘଣ୍ଟା ଠିଆ ହୋଇ ରହୁଛନ୍ତି ଗ୍ରାହକ

ଦାରିଙ୍ଗବାଡି, ୨୦।୫(ଅରୁଣ ସାହୁ):ଏବେ ଚାରିଆଡେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରଚଣ୍ଡ ଖରା ଯୋଗୁ ଜରୁରୀ କାମ ନ ଥିଲେ କେହି ଘରୁ ପଦାକୁ ବାହାରୁନାହାନ୍ତି। ଏଭଳି ପରିସ୍ଥିତି ରେ ଦାରିଙ୍ଗବାଡି ପୋଷ୍ଟ ଅଫିସରେ ଦେଖିବାକୁ ମିଳିଛି ଅବ୍ୟବସ୍ଥା। ପ୍ରତିଦିନ ପୋଷ୍ଟ ଅଫିସକୁ ବିଭିନ୍ନ କାର୍ଯ୍ୟରେ ଆସୁଥିବା ଗ୍ରାହକମାନେ ପ୍ରଚଣ୍ଡ ଖରା ରେ ଖୋଲା ଆକାଶ ତଳେ ଘଣ୍ଟା ଘଣ୍ଟା ଖରାରେ ଠିଆ ହୋଇ ରହିବାକୁ ପଡୁଛି। ରାଜ୍ୟ ହେଉ କି କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରେ ହିତାଧିକାରୀଙ୍କୁ ବ୍ୟାଙ୍କ, ପୋଷ୍ଟ ଅଫିସରେ ଆକାଉଣ୍ଟ ଖୋଲି କାରବାର କରିବାକୁ ପଡୁଛି। ଏବେ ସୁଭଦ୍ରା ଯୋଜନାରେ ଟଙ୍କା ଉଠାଣ ଏବଂ ଆଧାର କାର୍ଡ ସଂଶୋଧନ, ନୂତନ ଆବେଦନ ସହ ଅପଡେଟ କରିବା ପାଇଁ ଲୋକମାନେ ପୋଷ୍ଟ ଅଫିସ ଉପରେ ନିର୍ଭର କରିବାକୁ ପଡୁଛି। ତେବେ ପୋଷ୍ଟ ଅଫିସ ପକ୍ଷରୁ ସେମାନଙ୍କ ପାଇଁ ବାହାରେ ଘଣ୍ଟା ଘଣ୍ଟା ଠିଆ ହୋଇରହିବାକୁ ପଡୁଥିଲେ ମଧ୍ୟ ଖରାରୁ ବଞ୍ଚିବା ପାଇଁ ଟେଣ୍ଟର ବ୍ୟବସ୍ଥା ନ ଥିବା ବେଳେ ପିଇବା ପାଣିର ବ୍ୟବସ୍ଥା ମଧ୍ୟ ନାହିଁ। ଫଳରେ ହଟହଟା ଭୋଗୁଛନ୍ତି ଉପଭୋକ୍ତା।

ସେହିପରି ବାରମ୍ବାର ବିଦ୍ୟୁତ କାଟ ହେଉକି ନେଟୱାର୍କ ଫେଲ କାରଣରୁ ପୋଷ୍ଟ ଅଫିସ ଅଚଳ ହୋଇପଡୁଛି। ଫଳରେ ଯେଉଁ ସମୟ ସୀମା ମଧ୍ୟରେ ଉପଭୋକ୍ତାଙ୍କ କାର୍ଯ୍ୟ ସାରିବା କଥା ତାହା ଦିନ ତମାମ ସମୟ ଅତିବାହିତ ହେଉଛି। ଖରା ଗରମରେ ଆଉଟୁପାଉଟୁ ହେଉଛନ୍ତି ପୋଷ୍ଟ ଅଫିସ ଉପରେ ନିର୍ଭର କରୁଥିବା ଉପଭୋକ୍ତା ଓ ଜନ ସାଧାରଣ। ଏନେଇ ପୋଷ୍ଟ ଅଫିସର ପୋଷ୍ଟମାଷ୍ଟର ବସନ୍ତ ନାୟକଙ୍କୁ ଯୋଗାଯୋଗ କରିବାରୁ ସେ କହିଛନ୍ତି, ବାହାରେ ଗ୍ରାହକଙ୍କ ପାଇଁ ଟେଣ୍ଟ ପକାଇବା ପାଇଁ ଆମର କୌଣସି ଫଣ୍ଡ ନାହିଁ ଏବଂ ତାଙ୍କ ପାଣି ପମ୍ପ ପୋଡି ଯାଇଥିବାରୁ ଜଳ ଯୋଗାଣ କରିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri