ଅବ୍ୟବସ୍ଥା ଘେରରେ ପୋଷ୍ଟ ଅଫିସ୍‌: ପ୍ରଚଣ୍ଡ ଖରାରେ ଘଣ୍ଟା ଘଣ୍ଟା ଠିଆ ହୋଇ ରହୁଛନ୍ତି ଗ୍ରାହକ

ଦାରିଙ୍ଗବାଡି, ୨୦।୫(ଅରୁଣ ସାହୁ):ଏବେ ଚାରିଆଡେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରଚଣ୍ଡ ଖରା ଯୋଗୁ ଜରୁରୀ କାମ ନ ଥିଲେ କେହି ଘରୁ ପଦାକୁ ବାହାରୁନାହାନ୍ତି। ଏଭଳି ପରିସ୍ଥିତି ରେ ଦାରିଙ୍ଗବାଡି ପୋଷ୍ଟ ଅଫିସରେ ଦେଖିବାକୁ ମିଳିଛି ଅବ୍ୟବସ୍ଥା। ପ୍ରତିଦିନ ପୋଷ୍ଟ ଅଫିସକୁ ବିଭିନ୍ନ କାର୍ଯ୍ୟରେ ଆସୁଥିବା ଗ୍ରାହକମାନେ ପ୍ରଚଣ୍ଡ ଖରା ରେ ଖୋଲା ଆକାଶ ତଳେ ଘଣ୍ଟା ଘଣ୍ଟା ଖରାରେ ଠିଆ ହୋଇ ରହିବାକୁ ପଡୁଛି। ରାଜ୍ୟ ହେଉ କି କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରେ ହିତାଧିକାରୀଙ୍କୁ ବ୍ୟାଙ୍କ, ପୋଷ୍ଟ ଅଫିସରେ ଆକାଉଣ୍ଟ ଖୋଲି କାରବାର କରିବାକୁ ପଡୁଛି। ଏବେ ସୁଭଦ୍ରା ଯୋଜନାରେ ଟଙ୍କା ଉଠାଣ ଏବଂ ଆଧାର କାର୍ଡ ସଂଶୋଧନ, ନୂତନ ଆବେଦନ ସହ ଅପଡେଟ କରିବା ପାଇଁ ଲୋକମାନେ ପୋଷ୍ଟ ଅଫିସ ଉପରେ ନିର୍ଭର କରିବାକୁ ପଡୁଛି। ତେବେ ପୋଷ୍ଟ ଅଫିସ ପକ୍ଷରୁ ସେମାନଙ୍କ ପାଇଁ ବାହାରେ ଘଣ୍ଟା ଘଣ୍ଟା ଠିଆ ହୋଇରହିବାକୁ ପଡୁଥିଲେ ମଧ୍ୟ ଖରାରୁ ବଞ୍ଚିବା ପାଇଁ ଟେଣ୍ଟର ବ୍ୟବସ୍ଥା ନ ଥିବା ବେଳେ ପିଇବା ପାଣିର ବ୍ୟବସ୍ଥା ମଧ୍ୟ ନାହିଁ। ଫଳରେ ହଟହଟା ଭୋଗୁଛନ୍ତି ଉପଭୋକ୍ତା।

ସେହିପରି ବାରମ୍ବାର ବିଦ୍ୟୁତ କାଟ ହେଉକି ନେଟୱାର୍କ ଫେଲ କାରଣରୁ ପୋଷ୍ଟ ଅଫିସ ଅଚଳ ହୋଇପଡୁଛି। ଫଳରେ ଯେଉଁ ସମୟ ସୀମା ମଧ୍ୟରେ ଉପଭୋକ୍ତାଙ୍କ କାର୍ଯ୍ୟ ସାରିବା କଥା ତାହା ଦିନ ତମାମ ସମୟ ଅତିବାହିତ ହେଉଛି। ଖରା ଗରମରେ ଆଉଟୁପାଉଟୁ ହେଉଛନ୍ତି ପୋଷ୍ଟ ଅଫିସ ଉପରେ ନିର୍ଭର କରୁଥିବା ଉପଭୋକ୍ତା ଓ ଜନ ସାଧାରଣ। ଏନେଇ ପୋଷ୍ଟ ଅଫିସର ପୋଷ୍ଟମାଷ୍ଟର ବସନ୍ତ ନାୟକଙ୍କୁ ଯୋଗାଯୋଗ କରିବାରୁ ସେ କହିଛନ୍ତି, ବାହାରେ ଗ୍ରାହକଙ୍କ ପାଇଁ ଟେଣ୍ଟ ପକାଇବା ପାଇଁ ଆମର କୌଣସି ଫଣ୍ଡ ନାହିଁ ଏବଂ ତାଙ୍କ ପାଣି ପମ୍ପ ପୋଡି ଯାଇଥିବାରୁ ଜଳ ଯୋଗାଣ କରିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri