Categories: ଜାତୀୟ

୩ ପକ୍ଷଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧।୭: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରଠୁ ରାଜ୍ୟରେ ହିଂସାକାଣ୍ଡ ଲାଗି ରହିବା ସହ ଆଇନ ଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଛି। ସେଠାରେ ରାଷ୍ଟ୍ରପତି ଶାସନ ଜାରି ଲାଗି କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ହୋଇଥିବା ଆବେଦନକୁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ ବିନୀତ ସରଣ ଏବଂ ଦିନେଶ ମାହେଶ୍ୱରୀଙ୍କୁ ନେଇ ଗଠିତ ଖଣ୍ଡପୀଠ କେନ୍ଦ୍ର, ପଶ୍ଚିମବଙ୍ଗ ସରକାର ଏବଂ ଭାରତର ନିର୍ବାଚନ କମିଶନଙ୍କୁ ନୋଟିସ ଜାରି କରିଛନ୍ତି। ହେଲେ ତୃଣମୂଳ କଂଗ୍ରେସ ଅଧ୍ୟକ୍ଷା ମମତା ବାନାର୍ଜୀଙ୍କୁ ନୋଟିସ ପଠାଇ ନାହାନ୍ତି।

ସେହିପରି ନିର୍ବାଚନ ପରବର୍ତ୍ତୀ ହିଂସାର କାରଣ ଖୋଜିବା ଲାଗି ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ ନିମନ୍ତେ ମଧ୍ୟ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ହିଂସାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ କ୍ଷତିପୂରଣ ଯୋଗାଇଦେବା ପାଇଁ ମଧ୍ୟ ଆବେଦନ କରାଯାଇଥିଲା।

Share