ବ୍ଲାକସ୍ପଟ୍‌ରେ ସାଇନେଜ୍‌ ଲଗାଅ

ଢେଙ୍କାନାଳ ଅଫିସ, ୨।୧:ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ପୂର୍ତ୍ତ ବିଭାଗ ପକ୍ଷରୁ ଜିଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ ଅଧ୍ୟକ୍ଷତା କରି କହିଲେ, ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ବିଳମ୍ବ ଯୋଗୁ ଦୁର୍ଘଟଣା ବଢୁଛି। ଏହି ସଡ଼କରେ ଚିହ୍ନଟ ହୋଇଥିବା ୪୬ ବ୍ଲାକସ୍ପଟ୍‌ରେ ସାଇନେଜ୍‌ ଲଗାଇବା ସହ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ)ଙ୍କ ପକ୍ଷରୁ କର୍ମଚାରୀଙ୍କୁ ନିୟୋଜିତ କରିବା ଲାଗି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୩ରେ ଯେପରି ୫୦% ଦୁର୍ଘଟଣା ହ୍ରାସ ପାଇବ ସେଥିଲାଗି ଯତ୍ନବାନ ହେବା ଏବଂ ସଡ଼କ ସଚେତନତା କାର୍ଯ୍ୟକ୍ରମ ବଢ଼ାଇବା ଲାଗି ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି।
ଢେଙ୍କାନାଳ ଜିଲାରେ ବୃଦ୍ଧି ପାଉଥିବା ଦୁର୍ଘଟଣାକୁ ନେଇ ମୁଖ୍ୟ ଶାସନ ସଚିବ କ୍ଷୋଭ ବ୍ୟକ୍ତ କରିଥିବା ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଣୟ କୁମାର ମିଶ୍ର କହିଥିଲେ। ଏନ୍‌ଏଚ୍‌ ସମେତ ପୂର୍ତ୍ତ ବିଭାଗ, ଗ୍ରାମ୍ୟ ନିର୍ମାଣ ବିଭାଗ ରାସ୍ତା ପାର୍ଶ୍ୱରେ ଥିବା ସ୍କୁଲ ସମ୍ମୁଖରେ ପିଲାଙ୍କ ସୁରକ୍ଷା ପାଇଁ ସାଇନେଜ୍‌ ଲଗାଯିବ। ଦୁର୍ଘଟଣାପ୍ରବଣ ଟାଟା ଷ୍ଟିଲ୍‌ ମେରାମଣ୍ଡଳୀ ସମ୍ମୁଖରେ ଅନୁରୂପ ବ୍ୟବସ୍ଥା କରାଯିବ। ଟ୍ରାଫିକ୍‌ ପରିଚାଳନା ଲାଗି ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବେପରୁଆ ଗାଡ଼ିଚାଳନା ଦୁର୍ଘଟଣାର ଅନ୍ୟତମ କାରଣ। ଏଣିକି ଟ୍ରାଫିକ୍‌ ନିୟମ ଭାଙ୍ଗୁଥିବା ଚାଳକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ହେଲମେଟ୍‌ ଓ ସିଟ୍‌ବେଲ୍ଟ, କାଗଜପତ୍ର ଯାଞ୍ଚ କଡ଼ାକଡ଼ି କରାଯିବ ବୋଲି ନିଷ୍ପତ୍ତି ହୋଇଛି। ଡିସେମ୍ବରରେ ପୋଲିସ ପକ୍ଷରୁ ଯାନବାହନ ଯାଞ୍ଚ କରାଯାଇ ୭ଲକ୍ଷ ୧୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିବା ଅତିରିକ୍ତ ଏସ୍‌ପି ଭବାନୀ ଶଙ୍କର ଉଦ୍‌ଗାତା ସୂଚନା ଦେଇଛନ୍ତି।
ଢେଙ୍କାନାଳ ରଥଗଡ଼ାରେ ରାସ୍ତାପାର୍ଶ୍ୱ ବ୍ୟବସାୟୀଙ୍କ ପାଇଁ ଉପୁଜୁଥିବା ଟ୍ରାଫିକ୍‌ ସମସ୍ୟାର ସମାଧାନ ଲାଗି ଉପଜିଲାପାଳଙ୍କୁ ଦାୟିତ୍ୱ ଦିଆଯାଇଛି। ସିମିନଇ-ଚାଇଁପୁର-ଝାରଗାଡ଼ିଆ ରାସ୍ତାକୁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରିବା ଲାଗି ପ୍ରସ୍ତାବ ଦିଆଯାଇଥିବାବେଳେ ଏ ନେଇ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ଆବେଦନ କରିବାକୁ ଅଧୀକ୍ଷଣ ଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ ପରାମର୍ଶ ଦେଇଛନ୍ତି। ଏଣିକି ଜାତୀୟ ରାଜପଥର ପ୍ରତି ୫୦ କିଲୋମିଟର ବ୍ୟବଧାନରେ ଗୋଟିଏ ଟ୍ରମା ସେଣ୍ଟର ଖୋଲିବ। ଏଥିଲାଗି କେନ୍ଦ୍ରୀୟ ପ୍ରତିନିଧି ଦଳ ବିଭିନ୍ନ ସ୍ଥାନ ପରିଦର୍ଶନ କରିଥିବା ଏମ୍‌ଭିଆଇ ଦେବାଶିଷ ସ୍ବାଇଁ ସୂଚନା ଦେଇଥିଲେ। ବୈଠକରେ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳଙ୍କ ସମେତ ସଡ଼କ ସୁରକ୍ଷା କମିଟି ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri